www.samajalive.in
Monday, December 15, 2025
16.1 C
Bhubaneswar

ବାଇକ ଧକ୍କାରେ ଜଣେ ମୃତ

ପିପିଲି : ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ମଙ୍ଗଳପୁର ବଜାର ଠାରେ ରବିବାର ସଂନ୍ଧ୍ୟାରେ ଏକ ବାଇକ ଧକ୍କାରେ ଜଣେ ପଥଚାରୀଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ବଜେନ୍ଦ୍ର ପ୍ରଧାନ(୫୨) ଓ ତାଙ୍କ ଘର ଅରିଶଲ ନିକଟବର୍ତ୍ତି ନାରପୁର ଗ୍ରାମରେ ବୋଲି ସୂଚନା ମିଳିଛି।
ରବିବାର ସଂନ୍ଧ୍ୟା ପ୍ରାୟ ସାଢେ ୭ଟା ସମୟରେ ବଜେନ୍ଦ୍ର ଚାଲିଚାଲି ରାସ୍ତାରେ ଯାଉଥିବା ବେଳେ ଦୃତଗତିରେ ଯାଉଥିବା ଏକ ପଲସର ବାଇକ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ଛିଟିକି ଯାଇ ରାସ୍ତା ଉପରେ ପଡିଥିଲେ। ତାଙ୍କ ମୁଣ୍ଡ, ଦୁଇଗୋଡ ସମେତ ଶରୀରର ବିଭିନ୍ନ ସ୍ଥାନରେ ଗୁରୁତର ଆଘାତ ଲାଗିଥିଲା। ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ପିପିଲି ଡାକ୍ତରଖାନାକୁ ଅଣାଯାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପିପିଲି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ବାଇକକୁ ଜବତ କରିଛି। ପୁଲିସ ମୃତଦେହକୁ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories