www.samajalive.in
Sunday, December 14, 2025
19.1 C
Bhubaneswar

ଲଘୁଚାପ ବର୍ଷା ଜାରି ; ପୁଣି ଆଉ ଏକ ଲଘୁଚାପ

ଭୁବନେଶ୍ବର : ଶୁକ୍ରବାର ଥାଇଲାଣ୍ଡ ଉପକୂଳ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନରୁ ୫.୮ କିମି ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟଟି ଦକ୍ଷିଣ ଆଣ୍ଡାମାନ ସାଗର ଆଡକୁ ଗତି କରିଛି । ଆଜି ଅର୍ଥାତ ଶନିବାର ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୫ ତାରିଖ ବେଳକୁ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହୋଇ ଅବପାତର ରୂପ ନେବ। ଯାହାର ପ୍ରଭାବରେ ୧୬ ଓ ୧୭ ତାରିଖରେ ଓଡ଼ିଶାରେ କେତେକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗତକାଲି ତାମିଲନାଡୁ ଉପକୂଳରେ ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇଛି; କିନ୍ତୁ ଲଘୁଚାପ କ୍ଷେତ୍ରଠାରୁ ଏକ ନିମ୍ନଚାପ ରେଖା ଉତ୍ତର ଆଭ୍ୟନ୍ତରୀଣ ତାମିଲନାଡୁ, ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ଉପକୂଳ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେବା ସହିତ ରାତି ତାପମାତ୍ରା ମଧ୍ୟ ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇଛି। ଶୁକ୍ରବାର ଦିନ ତମାମ ପାଗ ମେଘାଚ୍ଛନ୍ନ ରହିବା ସହ ବିଭିନ୍ନ ଜିଲାରେ ବର୍ଷା ହୋଇଛି। ଭୁବନେଶ୍ବର ସମେତ କଟକ, ଚାନ୍ଦବାଲି, ପାରାଦ୍ବୀପ. ଝାରସୁଗୁଡା, ଯାଜପୁର, ଭବାନୀପାଟଣା, ବଲାଙ୍ଗୀର, କୋରାପୁଟ, ଟିଟିଲାଗଡ, ରାୟଗଡ଼ା, ସୋନପୁର ଏବଂ ବୌଦ୍ଧରେ ବର୍ଷା ହୋଇଛି। ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ମଧ୍ୟରେ ପୁରୀରେ ସର୍ବାଧିକ ବର୍ଷା ୬୨ ମିମି ରେକର୍ଡ କରାଯାଇ ଥିବାବେଳେ ଛତ୍ରପୁରରେ ୫୬.୪ ମିମି, ନୟାଗଡରେ ୩୮ ମିମି, ଗୋପାଳପୁରରେ ୩୩ ମିମି ଏବଂ ଦାରିଙ୍ଗବାଡିରେ ୨୦ ମିମି ବର୍ଷା ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡା ଏବଂ କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ପାଣିପାଗ କେନ୍ଦ୍ର ଆକଳନ ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଉପକୂଳବର୍ତ୍ତୀ ଜିଲା ଗୁଡିକରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସମ୍ଭାବ୍ୟ ଲଘୁଚାପ ଯୋଗୁଁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ଠାରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ। ଏହି ଲଗାଣ ବର୍ଷା ନେଇ ଜିଲାପାଳ ଏବଂ ମହାନଗର ନିଗମ ଆୟୁକ୍ତଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ ଆୟୁକ୍ତ (ଏସ୍‌ଆରସି)। ଅଧିକାରୀ ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଏସ୍‌ଆରସି ଚିଠି ଲେଖି ଜଣାଇଛନ୍ତି। ଜିଲାରେ କିଛି ଅଘଟଣ ଘଟିଲେ ତୁରନ୍ତ ଏସ୍‌ଆରସିଙ୍କ କାର୍ଯ୍ୟାଳୟକୁ ଅବଗତ କରିବାକୁ ପରାମର୍ଶ ଦିଆଯାଇଛି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories