www.samajalive.in
Sunday, December 14, 2025
15.1 C
Bhubaneswar

ସାପ୍ତାହିକ ରାଶିଫଳ (୧୪-୨୦.୧୧.୨୦୨୧)

ମେଷ: ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମସ୍ୟାଯୁକ୍ତ ରହିବେ। ବୁଧବାର ଓ ଗୁରୁବାର ସନ୍ତାନମାନଙ୍କୁ ନେଇ ଚିନ୍ତା ବଢ଼ିବ। ଶୁକ୍ରବାର ଓ ଶନିବାର ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ସାମାଜିକ କାର୍ଯ୍ୟରେ ଯୋଗ ଦେବେ। ମହିଳା ଓ ବିଦ୍ୟାର୍ଥୀ ସମସ୍ୟାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରତିଷ୍ଠା ଲାଭ କରିବେ। ବୁଧବାର ଓ ଗୁରୁବାର ଅସୁବିଧାରେ ପଡ଼ିପାରନ୍ତି। ଶୁକ୍ରବାର ଓ ଶନିବାର ଧାର୍ମିକ କାର୍ଯ୍ୟରେ ରୁଚି ରଖିବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ ହେ​‌େ​‌ବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମପ୍ରତି ଅନୁରକ୍ତି ରଖନ୍ତୁ। ବୁଧବାର ଓ ଗୁରୁବାର ବ୍ୟବସାୟରେ ଉନ୍ନତି ହେବ। ଶୁକ୍ରବାର ଓ ଶନିବାର ପ୍ରତିରୋଧର ସମ୍ମୁଖୀନ ହେବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମାଶ୍ରୟୀ ହେବେ। ବୁଧବାର ଓ ଗୁରୁବାର ସ୍ତ୍ରୀଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ହେବେ। ଶୁକ୍ରବାର ଓ ଶନିବାର କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ରାଂ ସୀତାରାମାୟ ନମଃ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜମିବାଡ଼ି ଗଣ୍ଡଗୋଳ ଦେଖାଦେବ। ବୁଧବାର ଓ ଗୁରୁବାର ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ସ୍ବାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ। ସୁସମ୍ବାଦ ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।
କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ବୁଧବାର ଓ ଗୁରୁବାର ମେରୁଦଣ୍ଡ ଜନିତ ସମସ୍ୟା ଦେଖାଦେବ। ଶୁକ୍ରବାର ଓ ଶନିବାର ସୌଖୀନ ଦ୍ରବ୍ୟ କିଣିବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବିଷ୍ଣୁସହସ୍ର ନାମ ପାଠ କରନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପରିଶ୍ରମ ଅନୁସାରେ ଫଳ ପାଇବେ। ବୁଧବାର ଓ ଗୁରୁବାର ଯୋଗାଯୋଗ କ୍ଷେତ୍ରରେ ସଫଳତା ପାଇବେ। ଶୁକ୍ରବାର ଓ ଶନିବାର ମାନସିକ ଚାପ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ନୂତନ ନିଯୁକ୍ତି ମିଳିପାରେ। ଶୁକ୍ରବାର ଓ ଶନିବାର ନୂତନ ଜମି କ୍ରୟ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଲାଭବାନ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ବୁଧବାର ଓ ଗୁରୁବାର ଧନପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ସୁସମ୍ବାଦ ଲାଭ କରିବେ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ତାରେ ତୁତାରେ ତୁରେ ସ୍ବାହା ମନ୍ତ୍ର ଜପ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଦାମ୍ପତ୍ୟରେ ଆନନ୍ଦ ପାଇବେ। ବୁଧବାର ଓ ଗୁରୁବାର ଦୂରଯାତ୍ରା ସ୍ଥଗିତ ରଖନ୍ତୁ। ଶୁକ୍ରବାର ଓ ଶନିବାର ସାମାଜିକ କାର୍ଯ୍ୟରେ ଯୋଗ ଦେବେ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ କାଳୀଙ୍କ କବଚ ପାଠ କରନ୍ତୁ।
କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ମଧ୍ୟମ ରହିବ। ବୁଧବାର ଓ ଗୁରୁବାର ବୈବାହିକ ସମସ୍ୟା ଦୂର ହେବ। ଶୁକ୍ରବାର ଓ ଶନିବାର ଆଘାତ ପ୍ରାପ୍ତ ହେବେ। ସ୍ବାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ନାରାୟଣ କବଚ ପାଠ କରନ୍ତୁ।
ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆୟ ବୃଦ୍ଧି ହେବ। ବୁଧବାର ଓ ଗୁରୁବାର ସଫଳତା ପାଇବେ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ନୂତନ ଜମି କ୍ରୟ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories