www.samajalive.in
Saturday, December 13, 2025
26.1 C
Bhubaneswar

କଣ୍ଟାବାଞ୍ଜି ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ

କଣ୍ଟାବାଞ୍ଜି :  ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, କଣ୍ଟାବାଞ୍ଜିରେ ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ଶ୍ୟାମ ସୁନ୍ଦର ମହାପାତ୍ରଙ୍କ ମାର୍ଗଦର୍ଶନରେ ପବିତ୍ର ଶିଶୁ ଦିବସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପରିଚାଳନା ସମିତିର ସଭାପତି ରାମଚନ୍ଦ୍ର ସାହୁ, ଉପ ସଭାପତି ସୁଷମା ମହାନନ୍ଦ, ସମ୍ପାଦକ ବ୍ରଜଶ୍ୟାମ ଗୁରୁ, କୋଷାଧ୍ୟକ୍ଷ କୁଞ୍ଜ ବିହାରୀ ବେହେରା ସହପ୍ରଧାନ ଆଚାର୍ଯ୍ୟ ପବନ କୁମାର ମିଶ୍ର ପ୍ରମୁଖ ମଞ୍ଚାସୀନ ଥିଲେ। ଉପସ୍ଥିତ ଅତିଥି ଅଧିକାରୀ ଓ ଛାତ୍ର ଛାତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୀବନୀ ଉପରେ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ।

ଶିଶୁ ବାଟିକାର ଛାତ୍ର ଛାତ୍ରୀ ବିଭିନ୍ନ ମହାପୁରୁଷଙ୍କ ବେଶ ପୋଷାକରେ ଅଂଶଗ୍ରହଣ ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା । ଏହି ଅବସରରେ ଅନୁଷ୍ଠାନର ଅଷ୍ଟମ, ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସେହିପରି ଅନ୍ୟ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଅନଲାଇନ ମାଧ୍ୟମରେ ବକ୍ତୃତା ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ସେବକ ସେବିକାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହିତ ସମ୍ପନ୍ନ ହୋଇଥିଲା ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories