www.samajalive.in
Monday, December 15, 2025
16.1 C
Bhubaneswar

ଲଘୁଚାପ ପ୍ରଭାବ : ୧୯ ଯାଏ ବର୍ଷା

ଭୁବନେଶ୍ବର : ଦକ୍ଷିଣ ଓଡ଼ିଶାରେ ଆସନ୍ତା ୧୭ ଏବଂ ୧୮ ତାରିଖରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆକଳନ ଅନୁଯାୟୀ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତତ୍‌ ସଂଲଗ୍ନ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ଲଘୁଚାପ ଆଜି ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ସକ୍ରିୟ ରହିଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୫.୮ କିମି ଉଚ୍ଚରେ ବାୟୁମଣ୍ଡଳ ପର୍ଯ୍ୟନ୍ତ ବ୍ୟାପିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଆଣ୍ଡାମାନ ସାଗର ଏବଂ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ପହଞ୍ଚିବ। ୧୭ ତାରିଖ ବେଳକୁ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅତିକ୍ରମ କରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବ। ୧୮ ତାରିଖରେ ଦକ୍ଷିଣ ଆନ୍ଧ୍ରପ୍ରଦେଶରେ ଉପକୂଳ ଛୁଇଁବ। ଏହାର ପ୍ରଭାବରେ ୧୭ରେ ଗଞ୍ଜାମ ଓ ଗଜପତି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୮ରେ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏରୁ ଦୁଇଟି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ପାଣିପାଗ କେନ୍ଦ୍ର ଉପରୋକ୍ତ ଜିଲାଗୁଡିକୁ ହଳଦିଆ ସତର୍କ ସୂଚନା ଜାରି କରିଛି। କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଜିଲା ସମେତ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଜିଲାର ମାଧବରିଡ଼ାରେ ୮୨.୪ ମିମି ବର୍ଷା ରେକର୍ଡ କରାଯାଇ ଥିବାବେଳେ ନୟାଗଡରେ ୭୮.୨ ମିମି, କେନ୍ଦ୍ରାପଡାର ଗରଦପୁରରେ ୬୫ ମିମି ବର୍ଷା ହୋଇଛି। ଆଜି ସକାଳ ସାଢେ ୮ଟାରୁ ଅପରାହ୍ଣ ସାଢେ ୫ଟା ପର୍ଯ୍ୟନ୍ତ ପାରାଦ୍ବୀପରେ ୩୯ ମିମି, ଚାନ୍ଦବାଲିରେ ୨୦ ମିମି ଏବଂ ଝାରସୁଗୁଡାରେ ୩୪ ମିମି ବର୍ଷା ରେକର୍ଡ କରାଯାଇଛି।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories