www.samajalive.in
Monday, December 15, 2025
24.1 C
Bhubaneswar

ରାଜ୍ୟରେ ୧୮୫ ନୂଆ ଆକ୍ରାନ୍ତ ଚିହ୍ନଟ, ୨ ମୃତ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୧୮୫ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦୁଇଜଣଙ୍କର ପ୍ରାଣହାନି ଘଟିଛି । ମୃତ ଦୁଇଜଣ ଖୋର୍ଦ୍ଧା ଜିଲାର ବୋଲି ଜଣାଯାଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୦୯ ଓ ସ୍ଥାନୀୟ ସଂକ୍ରମିତ ୭୬ ଜଣ ଅଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ପିଲା ୩୫ ଜଣ ଥିବା ଜଣାଯାଇଛି । ବାଲେଶ୍ୱରରେ ୯, ଭଦ୍ରକ ୨, ବଉଦ ୨, କଟକ ୧୪, ଦେବଗଡ ୨, ଢେଙ୍କାନାଳ ୧, ଗଞ୍ଜାମ ୧, ଜଗତସିଂହପୁର ୩ ଓ ଯାଜପୁରରେ ୭ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡା ୩, କେନ୍ଦ୍ରାପଡା ୪, ଖୋର୍ଦ୍ଧା ୭୬, ମୟୁରଭଞ୍ଜ ୧୨, ନୟାଗଡ ୧, ପୁରୀ ୭, ସମ୍ବଲପୁର ୧୮, ସୋନପୁର ୪, ସୁନ୍ଦରଗଡ ୧ ଓ ଷ୍ଟେଟପୁଲରୁ ୧୮ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୨୦୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସଂପ୍ରତି ୨୭୧୯ ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

Hot this week

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

Related Articles

Popular Categories