www.samajalive.in
Saturday, December 13, 2025
23.1 C
Bhubaneswar

କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଆଜି କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୪ ଲକ୍ଷ ୨୦ ହଜାର ପରିବାରଏହି ସୁବିଧା ପାଇବେ। କେନ୍ଦୁଝର ସହିତ ରାଜ୍ୟର ୧୩ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା।
ସେହିପରି ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଇଁ ୧୪୩୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । କାର୍ଯ୍ୟକ୍ରମ ଅବସରରେ କେନ୍ଦୁଝରକୁ ଏକ ସମୃଦ୍ଧ ଜିଲ୍ଲା ଭାବରେ ଗଢିବା ସରକାରଙ୍କ ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଇଆସୁଛନ୍ତି ।

କେନ୍ଦୁଝରର ସବୁ ଗାଁ, ସବୁ ସହର ଓ ସବୁ ପରିବାରକୁ ଡିସେମ୍ବର ୨୦୨୨ ସୁଦ୍ଧା ପାଇପ ପାଣି ସଂଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଜନଜାତି ଭାଇ ଭଉଣୀ ମାନଙ୍କ ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାର ୩୬ କୋଟି ଟଙ୍କାରେ ବୃହତ କୁକୁଡା ପାଳନ ପ୍ରକଳ୍ପ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories