www.samajalive.in
Thursday, December 11, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା; ୩ ଜିଲା ପାଇଁ ୭ଦିନିଆ ରିଲିଫ୍ ଘୋଷଣା  

ଭୁବନେଶ୍ୱର: ଚଳିତ ବର୍ଷ ବନ୍ୟାରେ ପ୍ରଭାବିତ ହୋଇଥିବା ଅଞ୍ଚଳଗୁଡିକ ପାଇଁ ରାଜ୍ୟ ସରକାର ପକ୍ଷରୁ ରିଲିଫ ଘୋଷଣା ହୋଇଛି । ରାଜ୍ୟର ୩ଟି ଜିଲାରେ ୭ ଦିନି ପାଇଁ ରିଲିଫ ପ୍ରଦାନ କରାଯିବ ବୋଲି ସୋମବାର ସଚିବାଳୟରେ ଅନୁଷ୍ଠିତ ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି। ପ୍ରଭାବିତ ଅଞ୍ଚଳର ପୌଢମାନଙ୍କୁ ସାତ ଦିନ ପାଇଁ ଦୈନିକ ୬୦ ଟଙ୍କା ଓ ୧୨ ବର୍ଷରୁ କମ ବୟସ ପିଲାଙ୍କୁ ଦୈନିକ ୪୫ ଟଙ୍କା ହିସାବରେ ରିଲିଫ ପ୍ରଦାନ କରାଯିବ । ଏକ ସପ୍ତାହ ମଧ୍ୟରେ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ଦେବା ପାଇଁ ଜିଲ୍ଲପାଳଙ୍କୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଛନ୍ତି ।

ସମୀକ୍ଷାରୁ ଜଣାପଡ଼ିଛି ଯେ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାର ୧୭ଟି ବ୍ଲକ, ୪ଟି ପୌରପରିଷଦ ଏବଂ ୯୦୩ଟି ଗାଁର ସାଢେ ସାତ ଲକ୍ଷ ଲୋକ ଚଳିତ ବନ୍ୟାରେ ପ୍ରଭାବିତ ହୋଇଛନ୍ତି। ପଚାଶ ହଜାର ହେକ୍ଟର ଚାଷଜମି କ୍ଷତିଗ୍ରସ୍ତ ହୋଇଛି । ଚାଳିଶ ହଜାର ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯିବା ସହ ରନ୍ଧା ଖାଦ୍ୟ ମଧ୍ୟ ଯୋଗାଇ ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ଚିକିତ୍ସା ସୁବିଧା ମଧ୍ୟ ଯୋଗାଇ ଦିଆଯାଉଛି। ଏଥିସହିତ ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

- Advertisement -

ସୋମବାର ରାଜ୍ୟ ସଚିବାଳୟରେ ମୁଖ୍ୟମନ୍ତ୍ରୀ ଭଦ୍ରକ, କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିବା ସହିତ ଭିଡିଓ କନଫରେନ୍ସି ଜରିଆରେ ମୁଖ୍ୟମନ୍ତ୍ରୀ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କ ସହିତ ବନ୍ୟା ପରିସ୍ଥିତି ଓ ଜିଲ୍ଲାର ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିଥିଲେ।

Hot this week

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

ସମ୍ପାଦକୀୟ : ବିଯୋଗ ଅଧିକାର

ଶାନ୍ତି ଛଡ଼ାଇ ନ ନେଉ କର୍ପୋରେଟ ଜଗତ ଭାରତୀୟ ସଂସଦରେ ଏକ ଗୁରୁତ୍ୱପୂର୍ଣ୍ଣ...

ସମ୍ପାଦକୀୟ : ମାଲକାନଗିରି ହିଂସା

ଭୂମିପୁତ୍ରଙ୍କ ଦୁଃଖ ଦୂରହେଉ ମାଲକାନଗିରି ଜିଲାର ଏମ୍‌ଭି -୨୬ ଗାଁରେ ଘଟିଥିବା ହିଂସାକାଣ୍ଡ...

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

Related Articles

Popular Categories