www.samajalive.in
Saturday, December 13, 2025
26.1 C
Bhubaneswar

ଆଜି ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର  କନ୍ଧମାଳ ଜିଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟକାର୍ଡ଼ ପ୍ରଦାନର ଶୁଭାରମ୍ଭ କରିବେ। ଏହାସହିତ ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ଜିଲା ପର୍ଯ୍ୟବେକ୍ଷକ ତଥା ପଞ୍ଚାୟତିରାଜ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କନ୍ଧମାଳ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି । ଜିଲା ନେତୃମଣ୍ଡଳୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ପ୍ରସ୍ତୁତି ବୈଠକ କରିଛନ୍ତି । ସ୍ବାସ୍ଥ୍ୟ ସ୍ମାର୍ଟକାର୍ଡ଼ ମିଳିଲେ ଲୋକମାନେ ଘରୋଇ ଡାକ୍ତରଖାନାରେ ନିଜର ଚିକିତ୍ସା ମଧ୍ୟ କରାଇପାରିବେ। ପୁରୁଷମାନେ ୫ ଲକ୍ଷ ଓ ମହିଳାମାନେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପ୍ରତ୍ୟେକ ବର୍ଷ ଚିକିତ୍ସା ସୁବିଧା ପାଇ ପାରିବେ ବୋଲି ଶ୍ରୀ ଜେନା କହିଛନ୍ତି।
ସୋମବାର ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳରେ ପହଞ୍ଚିବେ ଏବଂ ସ୍ବାସ୍ଥ୍ୟ କାର୍ଡ଼ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories