www.samajalive.in
Sunday, December 14, 2025
16.1 C
Bhubaneswar

ନବରଙ୍ଗପୁରରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ ପାଳିତ

ନବରଙ୍ଗପୁର : ଅବିଭକ୍ତ କୋରାପୁଟ ଜିଲାର ବୀର ସ୍ବାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ ଶହୀଦ ଲକ୍ଷ୍ମଣ ନାୟକ ବିଦ୍ୟାପୀଠରେ ପାଳିତ ହୋଇଯାଇଛି। ଜିଲା ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଅନୁଷ୍ଠିତ ଜିଲା ସ୍ତରୀୟ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲାପାଳ ଡ.କମଳ ଲୋଚନ ମିଶ୍ର, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲାପାଳ ଭାସ୍କର ରଇତ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ରତ୍ନାକର ସାହୁ ପ୍ରମୁଖ ଯୋଗ ଦେଇ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମୃତି ଚାରଣ କରିଥଲେ। ଏହି କାର୍ଯ୍ୟକ୍ରମରେ ଶହୀଦ ଲକ୍ଷ୍ମଣ ନାୟକ ବିଦ୍ୟା ପୀଠର ଶିକ୍ଷୟତ୍ରୀ, ଏକ୍ସ ବୋର୍ଡ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ, ବରିଷ୍ଠ ନାଗରିକ, ସାମ୍ବାଦିକ ପ୍ରମୁଖ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ହଳଧର ନିଆଲ୍ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ।

 

- Advertisement -

ସମାଜସେବୀ ମନୋରମା ମାଝୀ, ପ୍ରେମଚାନ୍ଦ ପଟ୍ଟନାୟକ, ବୀରେନ୍ଦ୍ର ମୋହନ ନାୟକ ପ୍ରମୁଖ ଯୋଗଦେଇଥିଲେ। ଏଥିରେ ଜିଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟର କର୍ମଚାରୀ ଦିଲ୍ଲୀପ କୁମାର ମଲ୍ଲିକ, ରାଜେନ୍ଦ୍ର କୁମାର ମାଝୀ, ନୀଳକଣ୍ଠ ନାୟକ, ବିଘନ ମାଝୀ ଓ ଏ.ସନ୍ତୋଷ କୁମାର ସହଯୋଗ କରିଥଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories