www.samajalive.in
Wednesday, December 10, 2025
18.1 C
Bhubaneswar

ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ହୁଙ୍କାର

ଟିଟିଲାଗଡ଼: କେନ୍ଦ୍ର ସରକାରଙ୍କ ଜାଳେଣି ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଟିଟିଲାଗଡ଼ ବିଜେଡ଼ି ପକ୍ଷରୁ ଶୋଭାଯାତ୍ରା ପ୍ରଦର୍ଶନ କରାଯାଇଛି। ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରୁ ଏନେଇ ଦଳର ହଜାର ହଜାର ଦଳୀୟ କର୍ମୀ, ମହିଳା, ଛାତ୍ର ଶୋଭାଯାତ୍ରାରେ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସହ ଧାରଣା ଦେଇଥିଲେ। ରାଜ୍ୟ ବିଜେଡ଼ି ପରିଷଦ ସଦସ୍ୟ ପ୍ରମୋଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିବାଦ ସଭାରେ ଦଳୀୟ କର୍ମୀ କେନ୍ଦ୍ର ସରକାରଙ୍କ ଉପରେ ବାର୍ଷିଥିଲେ। ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀଙ୍କ ପ୍ରତିନିଧି ଅରୁଣ ମିଶ୍ର, ପ୍ରେମ ଜୈନ, ରୁଟୁ ବାଗ, ଗିଲୁ ଜାଲ, ବ୍ଳକ ଅଧ୍ୟକ୍ଷା ରମାକାନ୍ତି ପୁଟେଲ, ଗୀତା ବିଶି, ସଂଗୀତା ଷଡ଼ଙ୍ଗୀ, ରଶ୍ମିତା ପ୍ରଧାନ, ସୁକାନ୍ତି ପାଢ଼ୀ, ଅଶୋକ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ। ପରେ ଏନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ ତହସିଲଦାର ପ୍ରେମଲାଲ ହିଆଲଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories