www.samajalive.in
Thursday, December 11, 2025
16.1 C
Bhubaneswar

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ

ପୁରୀ: ପୁରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ବ ଭକ୍ତଗଣଙ୍କ ନିମନ୍ତେ ଏକ ଆକାଙକ୍ଷିତ ପ୍ରକଳ୍ପ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏଠାରେ ଆୟୋଜିତ ଏକ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଗଜପତି ମହାରାଜା ଦିବ୍ୟସିଂହ ଦେବ, ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଆଇନ ମନ୍ତ୍ରୀ ପ୍ରତାପ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ପୁରୀ ସାଂସଦ ପିନାକି ମିଶ୍ର, ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ, ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଗଜପତି ମହାରାଜାଙ୍କ ଦ୍ୱାରା ଶିଳାନ୍ୟାସ କରାଯାଇଥିଲା । ଏଥିସହିତ କାର୍ଯ୍ୟକ୍ରମରେ ରାଜ୍ୟ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ପିସିସି ସଭାପତି ନିରଞ୍ଜନ ପଟ୍ଟାନାୟକ ପ୍ରମୁଖ ଯୋଗଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଏକ ମଡେଲ ଅନାବରଣ କରିଥିଲେ । ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେଲେ ଭକ୍ତଗଣ ଶ୍ରୀମନ୍ଦିର ଚତୁଃପାର୍ଶ୍ବ ନିର୍ବିଘ୍ନରେ ପରିକ୍ରମା କରିବାର ସୁଯୋଗ ପାଇବେ । ଶିଳାନ୍ୟାସ ଉତ୍ସବ ପୂର୍ବରୁ ଗତ ଦୁଇଦିନ ତଳୁ ଏଠାରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଓ ହୋମ ଯଜ୍ଞର ଆୟୋଜନ କରାଯାଇଆସୁଛି । ଏହି ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ୧୫ ମଠ ମହନ୍ତ ଏବଂ ୧୩୧ ଜଣ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories