www.samajalive.in
Sunday, December 7, 2025
15.1 C
Bhubaneswar

ରାଜ୍ୟରେ ୩୩୫ ନୂଆ ଆକ୍ରାନ୍ତ; ୨ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୫ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ୨ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଦୁଇଜଣ ଖୋର୍ଦ୍ଧା ଜିଲାର । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୯୭ ଓ ସ୍ଥାନୀୟ ସଂକ୍ରମିତ ୧୩୮ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୪୭ ଜଣ ଥିବା ଜଣାଯାଇଛି । ଅନୁଗୁଳରେ ୧, ବାଲେଶ୍ୱର ୧୩, ବରଗଡ ୩, ଭଦ୍ରକ ୩, ବଉଦ ୨, କଟକ ୨୧, ଦେବଗଡ ୧, ଢେଙ୍କାନାଳ ୩ ଓ ଜଗତସିଂହପୁର ଜିଲାରେ ୬ ଜଣ ଚିହ୍ନଟ ହୋଇଛନ୍ତି । ଯାଜପୁରରେ ୧୦, ଝାରସୁଗୁଡା ୫, କେନ୍ଦ୍ରାପଡା ୮, କେନ୍ଦୁଝର ୩, ଖୋର୍ଦ୍ଧା ୧୪୧, ମୟୁରଭଞ୍ଜ ୧୨, ନୟାଗଡରେ ୨ ଜଣଙ୍କୁ ଚିହ୍ନଟ କରାଯାଇଛି । ସେହିଭଳି ପୁରୀ ୬, ରାୟଗଡା ୧, ସମ୍ବଲପୁର ୫୧, ସୋନପୁର ୧, ସୁନ୍ଦରଗଡ ୮ ଓ ଷ୍ଟେଟପୁଲରୁ ୩୪ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ୧୫୧ ଜଣ ସୁସ୍ଥ ହୋଇଛନ୍ତି । ସଂପ୍ରତି ରାଜ୍ୟରେ ୨୪୦୩ ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories