www.samajalive.in
Saturday, December 6, 2025
19.1 C
Bhubaneswar

ବଲାଙ୍ଗୀରର ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର / ଭୁବନେଶ୍ୱର : ବଲାଙ୍ଗୀର ବଙ୍ଗମୁଣ୍ଡା ତହସିଲର ଜଣେ ପ୍ରତିଭାବାନ ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ବପ୍ନକୁ ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଅର୍ଥ ଅଭାବରୁ ତାଙ୍କର ଆଡମିଶନ ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଥିବା ସଂପର୍କରେ ଜାଣି ମୁଖ୍ୟମନ୍ତ୍ରୀ ତାଙ୍କ ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଛନ୍ତି ।

ସୂଚନାଯୋଗ୍ୟ ଯେ ବଲାଙ୍ଗୀର ଜିଲ୍ଲାର ସିନ୍ଧେକେଲା ଅଞ୍ଚଳର ବଡପଡା ଗାଁର ଜଣେ ପ୍ରତିଭାବାନ ଛାତ୍ର ହେଉଛନ୍ତି ତାରାଚାନ୍‌ ରଣା । ବାପା ଉପସୁ ରଣାଙ୍କ ବାର୍ଷିକ ରୋଜଗାର ମାତ୍ର ୪୫ ହଜାର ଟଙ୍କା । ତଥାପି ନିଜର ସ୍ବପ୍ନ ପୂରଣ କରିବା ପାଇଁ ତାରାଚାନ୍ ଅବିରତ ଉଦ୍ୟମ କରି ଚାଲିଥିଲେ ଏବଂ ଚଳିତ ବର୍ଷ ଇଞ୍ଜିନିୟରିଂ ପାଇଁ ପ୍ରବେଶିକା ପରୀକ୍ଷା JEE Mainରେ ୯୯.୩୫ ପ୍ରତିଶତ ମାର୍କ ରଖି NIT Warangalରେ ପଢିବା ପାଇଁ କୃତକାର୍ଯ୍ୟ ହୋଇଛନ୍ତି।

- Advertisement -

କିନ୍ତୁ ଏଥିରେ ଅର୍ଥ ହୋଇଥିଲା ତାଙ୍କ ପାଇଁ ମୁଖ୍ୟ ବାଧକ । ତାଙ୍କର ଆଡ୍‌ମିଶନ ପାଇଁ ଆବଶ୍ୟକ ଅର୍ଥ ନଥିଲା। କଷ୍ଟେମଷ୍ଟେ ସେ ଅଳ୍ପ କିଛି ଟଙ୍କା ସଂଗ୍ରହ କରି ଆଡମିଶନ ପାଇଁ ସ୍ଥାନ ସୁରକ୍ଷିତ ରଖିପାରିଛନ୍ତି । ତାଙ୍କର ବାକି ଅର୍ଥ ପ୍ରଦାନ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଏହା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ତାଙ୍କର ଆଡମିଶନ ପ୍ରକ୍ରିୟା ପୂରଣ କରିବା ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଥିଲେ । ଏହାଦ୍ବାରା ତାଙ୍କର ଆଡମିଶନ ପ୍ରକ୍ରିୟା ସଂପୂର୍ଣ୍ଣ ହୋଇପାରିବ। ଟଙ୍କା ମଞ୍ଜୁର କରିବା ସହିତ ମୁଖ୍ୟମନ୍ତ୍ରୀ ଏହି ପ୍ରତିଭାବାନ ଛାତ୍ରଙ୍କୁ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହିତ ତାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories