www.samajalive.in
Tuesday, December 9, 2025
26.1 C
Bhubaneswar

ରାଜନଗର ପଞ୍ଚାୟତରେ ବିଭିନ୍ନ ପ୍ରକଳ୍ପର ଉଦ୍‍ଘାଟନ

ଆଠଗଡ: ଆଠଗଡ ବ୍ଲକ ଅନ୍ତର୍ଗତ ରାଜନଗର ପଞ୍ଚାୟତରେ ଶୁକ୍ରବାର ବିଭିନ୍ନ ପ୍ରକଳ୍ପ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଦ୍ୱାରା ଉଦ୍‍ଘାଟିତ ହୋଇଯାଇଛି। ପ୍ରାୟ ୬୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୨ଟି ଅଙ୍ଗନବାଡି କେନ୍ଦ୍ର, ୧୩ଟି କୋଠଘର, ରାଜନଗର ଓ ତଇଲାମାଳ ପ୍ରାଥମିକ ବିଦ୍ୟାଳୟ ଦ୍ୱୟରେ ନୂତନ ଶ୍ରେଣୀକକ୍ଷ ଆଦି ପ୍ରକଳ୍ପ ମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା। ମନ୍ତ୍ରୀ ଏହି ଉଦ୍‍ଘାଟନ କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ସ୍ୱତନ୍ତ୍ର ଧ୍ୟାନ ଦେବା ସହିତ ଓଡିଶାକୁ ଏକ ବିକଶିତ ରାଜ୍ୟ ଭାବେ ଗଢିତୋଳିବା ପାଇଁ ପ୍ରତିବଦ୍ଧ ଅଛନ୍ତି ବୋଲି ମତବ୍ୟକ୍ତ କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଜନଗର ସରପଞ୍ଚ ମହେନ୍ଦ୍ର କୁମାର ପରିଡା, ସମିତି ସଭ୍ୟ ବିବିନ୍ଦ୍ର କୁମାର ରଣା, ୩ନଂ ଜୋନ ଜିଲ୍ଲାପରିଷଦ ସଦସ୍ୟା ଜାନକୀଲତା ନାଏକ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ବଳଭଦ୍ର ବାଘ, ରାଜନଗର ବିଜେଡି ସଭାପତି କ୍ଷୀରୋଦ କୁମାର ସାହୁ, ଧାଇପୁରର ପୂର୍ବତନ ସରପଞ୍ଚ ଅଶୋକ କୁମାର ରାଉତ ପ୍ରମୁଖ ଯୋଗଦେଇ ଉଦବୋଧନ ଦେଇଥିଲେ।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories