ବାଲୁଗାଁ ପିକ୍ ନିକ୍ ଗାଡି ଦୁର୍ଘଟଣା ; ମୃତ ଛାତ୍ରଙ୍କ ଆତ୍ମୀୟଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ମାନଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଏହା ସହିତ ଦୁର୍ଘଟଣାରେ ଆହତ ଛାତ୍ର ମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
Comments are closed.