www.samajalive.in
Monday, December 8, 2025
17.1 C
Bhubaneswar

ବିଜେଡିର କାର୍ୟ୍ୟକାରିଣୀ ବୈଠକ

ପିପିଲି:ପିପିଲି ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ୟ୍ୟକାରିଣୀ ବୈଠକ ଶନିବାର ପିପିଲି ସ୍ଥିତ ବିଜେଡି ମୁଖ୍ୟ କାର୍ୟ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଳର ସାଙ୍ଗଠନିକ କାର୍ୟ୍ୟକ୍ରମ ସଂପର୍କରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ସୂଚନା ମିଳିଛି। ପିପିଲି ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ ସ୍ୱାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ୟ୍ୟକାରିଣୀ ବୈଠକରେ ବିଧାୟକ ରୁଦ୍ରପ୍ରତାପ ମହାରଥି ଯୋଗଦେଇ ନବୀନ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସଂପର୍କିତ ବାର୍ତ୍ତାକୁ ଘରେ ଘରେ ଲୋକଙ୍କ ପାଖରେ ପହଞ୍ଚାଇ ଦଳକୁ ତୃଣମୂଳସ୍ତରରେ ଅଧିକ ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଆଗାମୀ ପଞ୍ଚାୟତ ନିର୍ବାଚନକୁ ସୁପରିଚାଳନା ନିମନ୍ତେ ଦଳର ନେତା ଓ କର୍ମୀମାନଙ୍କୁ କେତେକ ଗୁରୁମନ୍ତ୍ର ଦେଇଥିଲେ।

 

- Advertisement -

ଅନ୍ୟମାନଙ୍କ ମଧ୍ୟରେ ପିପିଲି ନିର୍ବାଚନମଣ୍ଡଳୀର ପର୍ୟ୍ୟବେକ୍ଷକ ଦାୟିତ୍ୱରେ ଥିବା ବରିଷ୍ଠନେତା ପ୍ରମୋଦ ସାମଲ, ଡେଲାଙ୍ଗ ବ୍ଲକ ବିଜେଡି ସଭାପତି ବୈରାଗୀ ଜେନା, ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷ ପ୍ରସନ୍ନ କୁମାର ସାହୁ, ପିପିଲି ବ୍ଲକ ଅଧ୍ୟକ୍ଷା କଳ୍ପନା ସାମନ୍ତରାୟ, ଉପାଧ୍ୟକ୍ଷ ଯୁଧିଷ୍ଠିର ସ୍ୱାଇଁ, ପୁରୀ ଜିଲା ବିଜେଡି ସମ୍ପାଦକ ଧରଣୀଧର ସାହୁ, ଜିଲ୍ଲା ଯୁବ ବିଜେଡି ସଭାପତି ନାରାୟଣ ସ୍ୱାଇଁ, ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ କିଶୋର ଛୋଟରାୟ, ସତ୍ୟଜିତ ରାୟଚୈାଧୁରୀ, ଡେଲାଙ୍ଗ ବ୍ଲକ ଆତ୍ମା କମିଟିର ଅଧ୍ୟକ୍ଷ ସୁଧାକର ମାର୍ଥା, ପିପିଲି ବ୍ଲକ ଯୁବ ବିଜେଡି ସଭାପତି ରଶ୍ମିରଞ୍ଜନ ବିଶ୍ୱାଳ, ଡେଲାଙ୍ଗ ବ୍ଲକ ଯୁବ ବିଜେଡି ସଭାପତି ସୈାମ୍ୟରଞ୍ଜନ ରାଉତ, ଛାତ୍ରନେତା ସୁଦିପ୍ତ ନାୟକ ଓ ସୈାମ୍ୟରଞ୍ଜନ ମହାପାତ୍ର ପ୍ରମୁଖ ଯୋଗଦେଇ ଦଳର ସାଙ୍ଗଠନିକ ଶକ୍ତି ବୃଦ୍ଧି ପାଇଁ ମତବ୍ୟକ୍ତ କରିଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories