www.samajalive.in
Sunday, December 14, 2025
17.1 C
Bhubaneswar

ରାଜ୍ୟରେ ୨୧ ଜିଲ୍ଲାରୁ ୧୯୧ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୧ ମୃତ

ରାଜ୍ୟରେ ୨୧ ଜିଲ୍ଲାରୁ ୧୯୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୬୮୩କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ନୂଆ ସଂକ୍ରମିତଙ୍କ ମଧ୍ୟରେ ସଙ୍ଗରୋଧରୁ ୧୧୨, ସ୍ଥାନୀୟ ଅଞ୍ଚଳରୁ ୭୯ ଓ ୧୮ ବର୍ଷ ବୟସ ମଧ୍ୟରେ ୩୩ ଅଛନ୍ତି। ୧୯୧ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୮୭, ଷ୍ଟେଟପୁଲରୁ ୨୧, କଟକ ଓ ସୁନ୍ଦରଗଡ଼ରୁ ୧୩ ଜଣ ଲେଖାଏଁ ଏବଂ ବାଲେଶ୍ୱରରୁ ୧୦ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୯, ଯାଜପୁରରୁ ୭, ଝାରସୁଗୁଡା, ମୟୁରଭଞ୍ଜ ଓ ପୁରୀରୁ ୪ ଜଣ ଲେଖାଏଁ ଏବଂ ସୋନପୁରରୁ ୩ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୁଳ, ଭଦ୍ରକ,ବୌଦ୍ଧ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ ଏବଂ ବଲାଙ୍ଗୀର, ଗଂଜାମ, କେନ୍ଦୁଝର, କୋରାପୁଟ, ନୟାଗଡ଼ ଓ ନୂଆପଡାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଗତକାଲି ୨୫୫ ଜଣ ସୁସ୍ଥ ହେବା ପରେ ମୋଟ ଆରୋଗ୍ୟ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୮୬୪କୁ ବୃଦ୍ଧି ପାଇଛି। ଏବେ ରାଜ୍ୟରେ ୨ ହଜାର ୩୫୯ ଜଣ ସକ୍ରିୟ ଚିକିତ୍ସାଧୀନ ଅଛନ୍ତି। ଆଜି ସୁଦ୍ଧା ୨ କୋଟି ୩୬ ଲକ୍ଷ ୨୫ ହଜାର ୫୪୬ଟି ନମୁନା ପରୀକ୍ଷା ହୋଇଥିବା ସୂଚନା ମିଳିଛି।

- Advertisement -

ଅନ୍ୟପକ୍ଷରେ ଜଣଙ୍କର ମୃତ୍ୟୁ କରୋନା ଯୋଗୁ ହୋଇଥିବା ସ୍ୱତନ୍ତ୍ର ବିଶେଷଜ୍ଞ କମିଟି ସ୍ପଷ୍ଟ କରିଛି। ମୃତକ ଜଣଙ୍କ ବରଗଡ଼ ଜିଲ୍ଲାର ୭୬ ବର୍ଷୀୟ ମହିଳା ଓ ସେ କରୋନା ବ୍ୟତୀତ ଯକୃତ ଜନିତ ରୋଗରେ ପୀଡିତ ଥିଲେ। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୪୦୭କୁ ବୃଦ୍ଧି ପାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories