www.samajalive.in
Monday, December 8, 2025
24.1 C
Bhubaneswar

ଦେଶରେ ଚିହ୍ନଟ ହେଲେ ୮୩୦୯ ନୂଆ କରୋନା ରୋଗୀ; ୨୩୬ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୩୦୯ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହିତ ୨୩୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏଥିସହିତ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪,୬୮,୭୯୦କୁ ବୃଦ୍ଧିପାଇଛି । ଦିନକ ମଧ୍ୟରେ ୯୯୦୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୩,୪୦,୦୮,୧୮୩ ଜଣ ସୁସ୍ଥ ହୋଇସାରିଲେଣି । ସଂପ୍ରତି ଦେଶରେ ୧,୦୩,୮୫୯ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି । ଏହା ଗତ ୫୪୪ ଦିନ ମଧ୍ୟରେ ସର୍ବନିମ୍ନ ସ୍ତର ବୋଲି ଜଣାଯାଇଛି । ଦୈନିକ ସଂକ୍ରମଣ ହାର ୧.୦୯% ଏବଂ ସାପ୍ତାହିକ ହାର ୦.୮୫% ରହିଛି । ସେହି ସମୟରେ ଆରୋଗ୍ୟ ହ ।ର ୯୮.୩୪% ରହିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ଜଣାଯାଇଛି । ରବିବାର ସଂଧ୍ୟାସୁଦ୍ଧା ଦେଶରେ ମୋଟ ୧୨୨.୪୧ କୋଟି ପାନ କୋଭିଡ ଟିକା ଦିଆଯାଇସାରିଛି ।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories