www.samajalive.in
Tuesday, December 9, 2025
15.1 C
Bhubaneswar

୧୫ ବରିଷ୍ଠ ନେତାଙ୍କୁ ନେଇ ଗଠିତ ହେଲା ବିଜେପିର ରାଜ୍ୟ କୋର କମିଟି

ଭୁବନେଶ୍ବର : ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ଅନୁମୋଦନ ବିଜେପି ପକ୍ଷରୁ ରାଜ୍ୟ କୋର୍ କମିଟି ଘୋଷଣା କରାଯାଇଛି। ଏଥିରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ମୋଟ ୧୫ ଜଣ ନେତା ସ୍ଥାନ ପାଇଛନ୍ତି। ଏଥିରେ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ରାଜ୍ୟ ପ୍ରଭାରୀ ତଥା ରାଷ୍ଟ୍ରୀୟ ସମ୍ପାଦିକା ଡି.ପୁରନ୍ଦେଶ୍ବରୀ ଏବଂ ରାଜ୍ୟ ସହ ପ୍ରଭାରୀ ସାଂସଦ ବିଜୟପାଲ ସିଂହ ତୋମାର ମନୋନୀତ ହୋଇଛନ୍ତି। ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି କମିଟି ଗଠିତ ହୋଇଛି। ରାଜ୍ୟରେ ଦଳର ସର୍ବୋଚ୍ଚ ନୀତି ନିର୍ଦ୍ଧାରଣକାରୀ ସଂସ୍ଥା ଭାବେ ଏହା କାମ କରିବ ବୋଲି ଆଲୋଚନା ହେଉଛି।

 

- Advertisement -

ନବ ଗଠିତ କୋର କମିଟିରେ ୩ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶେଶ୍ୱର ଟୁଡ଼ୁଙ୍କ ସମେତ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ସାଂସଦ ଜୁଏଲ ଓରାମ, ପ୍ରତାପ ଷଡ଼ଙ୍ଗୀ, ସୁରେଶ ପୂଜାରୀ ଓ ବସନ୍ତ ପଣ୍ଡା, ରାଜ୍ୟ ସଂଗଠନ ସମ୍ପାଦକ ମାନସ କୁମାର ମହାନ୍ତି, ବରିଷ୍ଠ ନେତା ମନମୋହନ ସାମଲ, କନକ ବର୍ଦ୍ଧନ ସିଂହଦେଓ, ସମ୍ବିତ ପାତ୍ର ଏବଂ ସୁରମା ପାଢ଼ୀଙ୍କୁ ସ୍ଥାନ ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories