www.samajalive.in
Monday, December 8, 2025
13.1 C
Bhubaneswar

ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି କରୋନା ସଂକ୍ରମିତ

ଭୁବନେଶ୍ୱର : ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି କରୋନା ସଂକ୍ରମିତ ହୋଇଥିବା ନେଇ ମଙ୍ଗଳବାର ଜଣାପଡିଛି। ସେ ବର୍ତ୍ତମାନ କଳିଙ୍ଗନଗରସ୍ଥିତ ଟାଟା କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି।
ସୂଚନା ଯୋଗ୍ୟ, ରବିବାର କଫ ଜନିତ ସମସ୍ୟା ପାଇଁ ନନ୍ଦ ସାରଙ୍କୁ ଅସୁସ୍ଥ ଅନୁଭବ ହେବାରୁ ତାଙ୍କୁ ପ୍ରଥମେ ସୁକିନ୍ଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ସ୍ୱାସ୍ଥ୍ୟାବସ୍ଥା ଅଧିକ ଖରାପ ହେବା ପରେ ସୋମବାର ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟ ପରୀକ୍ଷା ପରେ ତାଙ୍କୁ ପ୍ରଥମେ ନିମୋନିଆ ବୋଲି ଜଣାପଡିବା ସହ ଅଧିକ ଚିକିତ୍ସା ପାଇଁ କଳିଙ୍ଗନଗରସ୍ଥିତ ଟାଟା କୋଭିଡ ହସ୍ପିଟାଲରେ ସ୍ଥାନାନ୍ତର କରାଯାଇଥିଲା। ସେଠାରେ କୋଭିଡ ପରୀକ୍ଷା ପରେ ତାଙ୍କ ରିପୋର୍ଟ ପଜିଟିଭ ଆସିଥିଲା। ବର୍ତ୍ତମାନ ତାଙ୍କୁ ହସ୍ପିଟାଲରେ ଚିକିତ୍ସିତ କରାଯାଉଥିବା ସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories