www.samajalive.in
Sunday, December 14, 2025
17.1 C
Bhubaneswar

ଆସନ୍ତାକାଲି ଅବପାତର ରୂପ ; ୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ନେଇ ବୁଧବାର ସୂଚନା ମିଳିଛି। ପଶ୍ଚିମ,ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତାକାଲି ଅବପାତର ରୂପ ନେବ। ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ର, ଓଡିଶା ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଡିସେମ୍ବର ୩ ତାରିଖ ସନ୍ଧ୍ୟାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହାସହ ୩ ତାରିଖ ସନ୍ଧ୍ୟାରୁ ୪ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉକ୍ତ ୪ ଜିଲା ଗଜପତି, ଗଞ୍ଜାମ, ଜଗତସିଂହପୁର ଓ ପୁରୀ। ଏହି ୪ ଜିଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସାମ୍ଭାବ୍ୟ ବାତ୍ୟାର ପ୍ରଭାବ ୪ ତାରିଖରେ ସର୍ବାଧିକ ରହିବ। ସମ୍ଭାବ୍ୟ ବାତ୍ୟାକୁ ଜୱାଦ୍‍ ନାମକରଣ କରାଯାଇଛି। ପାହାଡିଆ ସ୍ଥାନରେ ଭୂସ୍ଖଳନର ସମ୍ଭାବନା ରହିଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ମତ୍ସ୍ୟଜୀବୀଙ୍କୁ ଗତକାଲି ସୁଦ୍ଧା ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories