www.samajalive.in
Tuesday, December 9, 2025
26.1 C
Bhubaneswar

ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ସୁରଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସରକାର ବାତ୍ୟାକୁ ନେଇ ଯଥେଷ୍ଟ ସଚେତନ ଥିବାବେଳେ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡ଼ିକରେ ଉଦ୍ଧାରକାରୀ ଦଳ ସଜାଗ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଆସନ୍ତା ୪ ତାରିଖ ସୁଦ୍ଧା ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ବର୍ଷା ଓ ପବନ ହେବା ନେଇ ଭାରତୀୟ ପାଣିପାଗ ବିଭାଗ ଅନୁମାନ କରିଛି । ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ତେବେ କଚ୍ଚା ଘର  ଓ ତଳିଆ ଅଞ୍ଚଳର ଲୋକଙ୍କୁ ସ୍ଥିତି ଦେଖି ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଛି।

- Advertisement -

ସେହିପରି  ଅଗ୍ନିଶମ ବାହିନୀ, ଓଡ୍ରାଫ, ଏନଡିଆରଏଫ ଟିମକୁ ସଜାଗ ରଖିବାକୁ ନିର୍ଦ୍ଦେଶ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ପାଇଁ  ୧୦୮ ଓଡ୍ରାଫ ଟିମ୍  ଓ  ୨୦୦ ଅଗ୍ନିଶମ ବାହିନୀ ଦଳ ପ୍ରସ୍ତୁତ ହୋଇ ରହିଛନ୍ତି । ଏହା ସହିତ ନୟାଗଡ଼ ଓ ମୟୁରଭଞ୍ଜକୁ ମଧ୍ୟ ସତର୍କ ରହିବାକୁ  ନିର୍ଦ୍ଦେଶ ଦିଆଯାଇଛି ।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories