www.samajalive.in
Wednesday, December 10, 2025
26.1 C
Bhubaneswar

ଭୈରବୀ ଡିଗ୍ରୀ କଲେଜରେ ବିଶ୍ୱ ଏଡ଼ସ ଦିବସ ପାଳିତ 

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣାକଟକ ସ୍ଥିତ ଭୈରବୀ ଡିଗ୍ରୀ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଓ ଯୁବ ରେଡ଼କ୍ରସ ମିଳିତ ଆନୁକୂଲ୍ୟରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼କ୍ଟର ପୂର୍ଣ୍ଣେନ୍ଦୁ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବରେ ଅଧ୍ୟାପକ ଲଳିତ ମେହେର, ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଡ଼କ୍ଟର ପ୍ରମୋଦ କୁମାର ମହାପାତ୍ର, ଅଧ୍ୟାପିକା ସୁଷମା ରାଣୀ ବହିଦାର ପ୍ରମୁଖ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ସଚେତନ କରାଇଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ରେଡ଼ ରିବନ ବିତରଣ କରଯାଇଥିଲା ଓ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ ଯୁବ ରେଡ଼କ୍ରସ ଜିଲ୍ଲା ସଂଯୋଜକ ସୁରେଶ୍ଵର ଯୋଶୀ ଓ ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ରମେଶ ଚନ୍ଦ୍ର ତାରେଣିଆ ସଭା ପରିଚାଳନା କରିଥିଲେ ଓ ଅଧ୍ୟାପକ ରଞ୍ଜିତ କୁମାର ସାମଲ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories