www.samajalive.in
Monday, December 8, 2025
27.1 C
Bhubaneswar

ଭୁବନେଶ୍ୱରରେ ହେବ ‘ଉତ୍ତମ ପ୍ରଶାସନ ବ୍ୟବସ୍ଥାର ପ୍ରତିଫଳନ’ ସମ୍ପର୍କିତ ଦୁଇ ଦିନିଆ ସମ୍ମିଳନୀ, ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ସରକାରଙ୍କ ପ୍ରଶାସନିକ ସଂସ୍କାର ଏବଂ ସାଧାରଣ ଅଭିଯୋଗ ବିଭାଗ ଏବଂ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଡିସେମ୍ବର ୩ ଓ ୪ ତାରିଖ ଦୁଇ ଦିନ ଧରି ଭୁବନେଶ୍ୱରରେ ଏକ ଆୟୋଜିତ ହେବ। ଏହି ସମ୍ମିଳନୀର ବିଷୟବସ୍ତୁ ରଖାଯାଇଛି ‘ଉତ୍ତମ ପ୍ରଶାସନ ବ୍ୟବସ୍ଥାର ପ୍ରତିଫଳନ’। ଏହି ସମ୍ମିଳନୀର ଉଦଯାପନୀ ଅଧିବେଶନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂ ଉଦବୋଧନ ଦେବେ।

ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଡିଏଆରପିଜି ସଚିବ ସଞ୍ଜୟ ସିଂ ଉଭୟ ଉଦଘାଟନୀ ଓ ଉଦଯାପନୀ ଅଧିବେଶନରେ ଉପସ୍ଥିତ ରହିବେ। ଏହି ସମ୍ମିଳନୀର ବିଭିନ୍ନ ଅଧିବେଶନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମେତ ନୀତି ଆୟୋଗ ଭଳି ପ୍ରତିଷ୍ଠାନର ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ସାଧାରଣ ପ୍ରଶାସନ କ୍ଷେତ୍ରରେ ନୂତନ, ଜୀବନ ଧାରଣ ମାନରେ ସୁଧାର, ଜନ ସମାଧାନ ପ୍ରକ୍ରିୟାରେ ସୁଧାର, ଇ-ଗଭର୍ଣ୍ଣାନ୍ସ, ଡିଜିଟାଲ ଗଭର୍ଣ୍ଣାନ୍ସ ଆଦି କ୍ଷେତ୍ରରେ ଅଭିଜ୍ଞତା ବିନିମୟ ପାଇଁ ଜାତୀୟ ଓ ରାଜ୍ୟସ୍ତରୀୟ ସାଧାରଣ ପ୍ରଶାସନ ସଂଗଠନଗୁଡ଼ିକୁ ଗୋଟିଏ ମଂଚରେ ଏକତ୍ରିତ କରିବା ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ। ଏହି ସମ୍ମିଳନୀରେ ଓଡ଼ିଶା ସମେତ ଅରୁଣାଚଳ ପ୍ରଦେଶ, ଆସାମ, ମେଘାଳୟ, ମଣିପୁର, ସିକିମ, ନାଗାଲାଣ୍ଡ, ମିଜୋରାମ, ତ୍ରିପୁରା, ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ, ଛତିଶଗଡ଼ ଏବଂ ଆନ୍ଧ୍ରପ୍ରଦେଶ ଆଦି ୧୪ ରାଜ୍ୟର ପ୍ରତିନିଧିମାନେ ଅଂଶଗ୍ରହଣ କରିବେ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories