www.samajalive.in
Monday, December 15, 2025
14.1 C
Bhubaneswar

ଡିବିଟିରେ ଅବହେଳା କରୁଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ମନ୍ତ୍ରୀଙ୍କ ତାଗିଦ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯୁଗାନ୍ତକାରୀ କାର୍ଯ୍ୟକ୍ରମ ୫-‘ଟି’ ମାଧ୍ୟମରେ କର୍ମକ୍ଷେତ୍ରରେ ସ୍ୱଚ୍ଛତା ଓ କର୍ମଚାରୀମାନଙ୍କ ଦକ୍ଷତା ଉପରେ ନିରପେକ୍ଷ ଆଲୋକପାତ କରାଯିବା ସଙ୍ଗେ ସଙ୍ଗେ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଏହାର ସଫଳ ରୂପାୟନ ପାଇଁ ପଦକ୍ଷେପ ନେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀ ଡ. ସାହୁ କୃଷି କ୍ଷେତ୍ର ପ୍ରଦର୍ଶନର ରୂପାୟନ ସଂପର୍କିତ ଆୟୋଜିତ ଏକ ବୈଠକରେ ଉପରୋକ୍ତ ମର୍ମରେ ଉଲ୍ଲେଖ କରିଛନ୍ତି। ସ୍ୱଚ୍ଛତାକୁ ବିଭାଗୀୟ କାର୍ଯ୍ୟକ୍ରମରେ ପ୍ରତିଫଳିତ କରିବା ନିମନ୍ତେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟର ସମସ୍ତ କ୍ଷେତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମରେ ଆବଶ୍ୟକୀୟ କୃଷି ସହାୟତା ଯୋଗାଇବା ପଦ୍ଧତିକୁ ପ୍ରତ୍ୟକ୍ଷ ଅର୍ଥ ହସ୍ତାନ୍ତରଣ (ଡିବିଟି) ଅନ୍ତର୍ଭୁକ୍ତ କରାଯାଇଛି। ଡିବିଟି ମାଧ୍ୟମରେ ସରକାରୀ ପ୍ରୋତ୍ସାହନ ତଥା ସହାୟତା ପ୍ରଦାନରେ ସ୍ୱଚ୍ଛତା ଆଣିବା ପାଇଁ ଚାଷୀମାନଙ୍କର ବ୍ୟାଙ୍କ ଜମାଖାତାକୁ ସିଧାସଳଖ ରିହାତି ଅର୍ଥ ପ୍ରଦାନ କରାଯାଉଛି।

ଏପରି ବ୍ୟବସ୍ଥାରେ କ୍ଷେତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମର କାର୍ଯ୍ୟଶୈଳୀ ଉତ୍ସାହଜନକ ନୁହେଁ ବୋଲି ଦର୍ଶାଇ ମନ୍ତ୍ରୀ ଡ. ସାହୁ ସୁଧାର ତଥା ଅଧିକ ଅଗ୍ରଗତି ନିମନ୍ତେ ପଦାଧିକାରୀମାନଙ୍କୁ ତାଗିଦ୍‌ କରିବା ସହିତ ଚଳିତ ମାସ ୧୭ ତାରିଖରେ ଅନ୍ୟ ଏକ ସମୀକ୍ଷା ବୈଠକ ଆୟୋଜନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସୁଧାର ବ୍ୟବସ୍ଥାରେ ଅବହେଳା କରୁଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସତର୍କ କରାଇ ଦେଇଛନ୍ତି । ଅନୁରୂପ ଭାବରେ ଉତ୍ସାହଜନକ କାର୍ଯ୍ୟଶୈଳୀ ପ୍ରଦର୍ଶନ କରୁଥିବା ଅଧିକାରୀମାନଙ୍କୁ ପୁରସ୍କୃତ କରିବା ନିମନ୍ତେ ବନ୍ଦୋବସ୍ତ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ମଧ୍ୟ ଡିବିଟିରେ ଅନ୍ତର୍ଭୁକ୍ତ କ୍ଷେତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମଗୁଡ଼ିକର ଅଗ୍ରଗତି ଉପରେ ମତ ଦେଇଥିଲେ । କାର୍ଯ୍ୟକ୍ରମରେ ଅଧିକ ନିଷ୍ଠା ଓ ଆନ୍ତରିକତା ପ୍ରଦର୍ଶନ ଉପରେ ସେ ଗୁରୁତ୍ୱ ଦେଇଥିଲେ ।
ଆଭାସୀ ମାଧ୍ୟମରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ସମସ୍ତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, କୃଷି ଜିଲା ଅଧିକାରୀ, ଗୋଷ୍ଠୀ କୃଷି ଅଧିକାରୀ ଓ ସହକାରୀ କୃଷି ଅଧିକାରୀମାନେ ଯୋଗଦେଇଥିଲେ । ବୈଠକରେ ମଧ୍ୟ ରାଜ୍ୟ ଯୋଜନା ଓ କେନ୍ଦ୍ରୀୟ ଯୋଜନା ଅନ୍ତର୍ଗତ କ୍ଷେତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମଗୁଡ଼ିକର ସମୀକ୍ଷା କରାଯାଇଥିବାବେଳେ କ୍ଷେତ୍ରୀୟ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories