www.samajalive.in
Monday, December 15, 2025
17.1 C
Bhubaneswar

ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏଡ୍‍ସ ଦିବସ

ଆଠଗଡ: ଆଠଗଡସ୍ଥିତ ଗୋପବନ୍ଧୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ୱ ଏଡ୍‍ସ ଦିବସ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଯୁବ ରେଡକ୍ରସ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୁଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ସ୍ୱେଚ୍ଛାସେବୀ ଛାତ୍ରୀମାନେ ହାତରେ ବିଭିନ୍ନ ସଚେତନଧର୍ମୀ ସୂଚନା ଫଳକ ଧରି ଓ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ। ଏହି ଶୋଭାଯାତ୍ରା ସମୟରେ ସାଧାରଣ ଲୋକଙ୍କୁ ଏଡ୍‍ସ ରୋଗ ସମ୍ବନ୍ଧରେ ବୁଝାଇବା ସହ ସେମାନଙ୍କୁ ରେଡ୍‍ ରିବନ ବାନ୍ଧିଥିଲେ। ଏହା ପରେ କଲେଜ ନିକଟସ୍ଥ କ୍ଷୁଦ୍ର କ୍ରୀଡାଙ୍ଗନ ଛକରେ ଛାତ୍ରୀମାନେ ଏଡ୍‍ସ ରୋଗର ସଚେତନତା ସଂପର୍କୀତ ଏକ ପଥପ୍ରାନ୍ତ ନାଟକ ପରିବେଷଣ କରିଥିଲେ।

ପରେ କଲେଜର ଅଧ୍ୟକ୍ଷା ସଂଯୁକ୍ତା ମହାପାତ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏକ ସଚେତନତା ସଭାରେ ସ୍ୱତନ୍ତ୍ର ଆମନ୍ତ୍ରିତ ବକ୍ତା ଭାବେ ଆଠଗଡ ଡାକ୍ତରଖାନାର ସମନ୍ୱିତ ପରାମର୍ଶ ଓ ରକ୍ତ ପରୀକ୍ଷା କେନ୍ଦ୍ରର ଉପଦେଷ୍ଟା ଗୀତାଞ୍ଜଳି ନାୟକ ଯୋଗଦେଇ ଏଡ୍‍ସ ରୋଗର କାରଣ, ଲକ୍ଷଣ ଓ ନିରାକରଣ ସଂପର୍କରେ ଆଲୋକପାତ କରିବା ସହ ସଚେତନତା ଓ ସତର୍କତା ଦ୍ୱାରା ଏହି ରୋଗରୁ ରକ୍ଷା ମିଳିବ ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ବରିଷ୍ଠ ଅଧ୍ୟାପିକା ସ୍ନେହଲତା ତ୍ରିପାଠୀ ନିଜର ବକ୍ତବ୍ୟ ରଖିଥିଲେ। ଯୁବ ରେଡକ୍ରସ ଉପଦେଷ୍ଟା ଅଧ୍ୟାପିକା ପୁଷ୍ପମଞ୍ଜରୀ ଦାସ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଏନଏସଏସ ଉପଦେଷ୍ଟା ଅଧ୍ୟାପିକ ସ୍ମିତା ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆୟୋଜିତ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories