www.samajalive.in
Sunday, December 14, 2025
18.1 C
Bhubaneswar

ଶନିବାର ସକାଳେ ଉତ୍ତର ଆନ୍ଧ୍ର- ଓଡ଼ିଶା ଉପକୂଳ ଛୁଇଁବ ଜୱାଦ

ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଛି । ଏହା ଆସନ୍ତା ୧୨ ଘଣ୍ଟାରେ ବାତ୍ୟା ରୂପ ନେବ । ଜୱାଦ ନାମରେ ଏହି ବାତ୍ୟା ଶନିବାର ସକାଳେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ପହଞ୍ଚିବା ନେଇ ଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଏହାର ପ୍ରଭାବରେ ଆନ୍ଧ୍ର ଓ ଓଡ଼ିଶା ଉପୂକଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ପବନ ବହିବ । ପବନର ବେଗ ଘଣ୍ଟା ପ୍ରତି ୮୦ରୁ ୯୦ କିଲୋମିଟର ଏବଂ ଝଟକା ପବନର ବେଗ ୧୦୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହା ସଂପ୍ରତି ଘଣ୍ଟା ପ୍ରତି ୩୦ କିଲୋମିଟର ବେଗରେ ଆଗକୁ ବଢୁଥିବା ଜଣାଯାଇଛି । ଏହା ଗୋପାଳପୁର ଠାରୁ ୬୭୦ କିଲୋମିଟର ଏବଂ ପାରାଦୀପ ଠାରୁ ୭୬୦ କିଲୋମିଟର ଦୂରରେ ରହିଛି । ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁର ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଅନୁମାନ କରାଯିବା ସହିତ ଏହିସବୁ ଜିଲା ପାଇଁ ରେଡ ଆଲର୍ଟ ଜାରି କରାଯାଇଛି । ଏଥିସହିତ ରାୟଗଡା, କୋରାପୁଟ ଆଦି ଜିଲାକୁ ୟେଲୋ ୱାର୍ଣ୍ଟିଂ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଯାଜପୁର ଆଦି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆବଶ୍ୟକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । କଚ୍ଚା ଘରେ ଏବଂ ଖାଲୁଆ ସ୍ଥାନରେ ରହୁଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଏବଂ ବାତ୍ୟା ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତର କରିବାକୁ ରାଜ୍ୟର ସ୍ୱତନ୍ତ୍ର ରିଲିଫ କମିଶନର ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ ଦଳ ମଧ୍ୟ ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିନ ବାତ୍ୟା ସମ୍ପର୍କିକ ଏକ ବୈଠକରେ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବରିଷ୍ଠ ଅଧିକାରୀମାନଙ୍କ ସହିତ ଏକ ଜରୁରୀ ବୈଠକରେ ବାତ୍ୟା ସମୟରେ ଧନ ଜୀବନ ସୁରକ୍ଷା ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି । ରାଜ୍ୟର ଅନେକ ସ୍ଥାନରେ ଚାଷୀ ଜମିରେ ଥିବା ଧାନ ଫସଲ ଯୁଦ୍ଧକାଳୀନ ଭିତ୍ତିରେ ଅମଳ କରିବାରେ ଲାଗିଥିବାବେଳେ ଅନେକ ଅଞ୍ଚଳରେ ବିଭିନ୍ନ କାରଣ ପାଇଁ ଧାନ ଜମିରୁ କଟାଯାଇପାରିନଥିବା ଜଣାଯାଇଛି । ଇତିମଧ୍ୟରେ ବାତ୍ୟା ପୂର୍ବରୁ କିଛି ଅସାଧୁ ବ୍ୟବସାୟୀ ବଜାରରେ ଆଳୁ, ପିଆଜ ଏବଂ ପନିପରିବାରର କୃତ୍ରିମ ଦରବୃଦ୍ଧି କରିଦେଇଥିବା ଅଭିଯୋଗ ହସ୍ତଗତ ହୋଇଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories