www.samajalive.in
Tuesday, December 9, 2025
26.1 C
Bhubaneswar

ସମଗ୍ର ଶିକ୍ଷା ପକ୍ଷରୁ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ

ପାଟଣା: ପାଟଣା ବ୍ଲକ ସମଗ୍ର ଶିକ୍ଷା ପକ୍ଷରୁ ଆଜି ପାଟଣା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ ରଜନୀ ନାଏକଙ୍କ ସଂଯୋଜନାରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳନ କରାଯାଇଛି । କାର‌୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାତ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସଚ୍ଚିଦାନନ୍ଦ ସେଠୀ, ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ କମଳାକାନ୍ତ ପତି ଓ ସ୍ଥାନୀୟ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ କ୍ଷେତ୍ରମୋହନ ମହାନ୍ତ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଙ୍କୁ ପ୍ରେରଣା ଦେଇଥିଲେ । ଗତ ୨୯ ଓ ୩୦ ତାରିଖରେ ଆଭାସି କାର‌୍ୟ୍ୟକ୍ରମ ଜରିଆରେ ପ୍ରବନ୍ଧ, ଚିତ୍ରାଙ୍କନ ଓ ତର୍କ ଆଦି ପ୍ରତିଯୋଗିତାରେ ଅଂଶଗ୍ରହଣ କରି କୃତିତ୍ୱ ପ୍ରଦର୍ଶନ କରିଥିବା ୩୭ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ କାର‌୍ୟ୍ୟକ୍ରମରେ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଗୋଷ୍ଠୀ ସମ୍ବଳ ଶିକ୍ଷକ ମୀନକେତନ ପାତ୍ର କାର‌୍ୟ୍ୟକ୍ରମ ପରିଚାଳନା କରିଥିଲେ ।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories