www.samajalive.in
Sunday, December 14, 2025
19.1 C
Bhubaneswar

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ଵ ଭିନ୍ନକ୍ଷମ ଦିବସ ପାଳନ

ନବରଙ୍ଗପୁର : ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧକ୍ଷ ତଥା ଜିଲ୍ଲା ଜଜ ସଞ୍ଜୀବ ଦୁବେଙ୍କ ନିର୍ଦେଶକ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଓ ଜିଲ୍ଲା ପ୍ରଶାସନ, ନବରଙ୍ଗପୁର ତରଫରୁ ମିଳିତ ଭାବେ କୋଷଗୁମୁଡା ବ୍ଲକ ସମ୍ମିଳନୀ କକ୍ଷ ଠାରେ ବିଶ୍ଵ ଭିନ୍ନକ୍ଷମ ଦିବସ କୁ ନେଇ ଏକ ଆଇନ ସଚେତନା ଶିବିର ଆୟୋଜିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମ ରେ ନବରଙ୍ଗପୁର ଜିଲ୍ଲାର ଭିନ୍ନକ୍ଷମ ବ୍ୟକ୍ତି ମାନେ ଭାଗ ନେଇଥିଲେ । ଏହି କାର୍ୟ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଅନ୍ନପୂର୍ଣ୍ଣା ନାୟକ ମଞ୍ଚାସିନ ହୋଇ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଦ୍ଵାରା ଦିବ୍ୟାଙ୍ଗ ମାନେ କିପରି ଉପକୃତ ହେବେ ସେ ନେଇ ବୁଝେଇଥିଲେ ଓ ଦିବ୍ୟାଙ୍ଗ ମାନଙ୍କ ପାଇଁ ସମ୍ବିଧାନ ରେ ଥିବା ବିଭିନ୍ନ ଆଇନ ବିଷୟ ନେଇ ସଚେତନ କରିଥିଲେ। ଅନ୍ୟାନ୍ୟ ଅତିଥି ରୂପେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ କୁମାର ପାତ୍ର, ମେଡିକାଲ ଅଫିସର ସୁକାନ୍ତ ଚନ୍ଦ୍ର ଶତପଥୀ ଭାଗ ନେଇଥିଲେ । ଶେଷରେ ନିତ୍ୟାନନ୍ଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ୟ୍ୟକ୍ରମ ଜିଲ୍ଲାର ବିଭିନ୍ନ ଭିନ୍ନକ୍ଷମ ବ୍ୟକ୍ତି ମାନଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର, ଟ୍ରାଇ ସାଇକେଲ ଓ ହିଆରିଙ୍ଗ ଏଡ ପ୍ରଦାନ କରଯାଇଥିଲା । ଏହି କାର୍ୟ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଓ ଜିଲ୍ଲା ପ୍ରଶାସନ, ନବରଙ୍ଗପୁର ଦ୍ଵାରା ମିଳିତ ଭାବେ ପରିଚାଳନା କରାଯାଇଥିଲା ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories