www.samajalive.in
Monday, December 8, 2025
24.1 C
Bhubaneswar

ଅତାବିରା ବ୍ଲକ ଶିକ୍ଷା କାର୍ୟ୍ୟାଳୟରେ ଅନ୍ତରାଷ୍ଟ୍ରୀୟ ଭିନ୍ନକ୍ଷମ ଦିବସ ପାଳିତ

ରେଙ୍ଗାଲିକେମ୍ପ :  ଅତାବିରା ବ୍ଲକ ଶିକ୍ଷା କାର୍ୟ୍ୟାଳୟରେ ବ୍ଲକ ର ବିଭିନ୍ନ ବିଦ୍ୟାଳୟର ଭିନ୍ନକ୍ଷମ ଛାତ୍ର ଛାତ୍ରୀ ଓ ସେମାନଙ୍କ ଅଭିଭାବକ ଅଭିଭାବିକା ମାନଙ୍କୁ ନେଇ ଅନ୍ତରାଷ୍ଟ୍ରୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ କାର୍ତ୍ତିକ ବାଗ ଆନୁଷ୍ଠାନିକ ଭାବେ ଏହାକୁ ଉଦଘାଟନ କରିଥିଲେ।ଏହି ଅବସରରେ ଏହି ଭିନ୍ନକ୍ଷମ ଛାତ୍ର ଛାତ୍ରୀ ମାନଙ୍କୁ ନେଇ କନିଷ୍ଠ ଓ ବରିଷ୍ଠ ଆଦି ଦୁଇଟି ବିଭାଗରେ ସଙ୍ଗୀତ,ନୃତ୍ୟ, ଚିତ୍ରାଙ୍କନ, କୌତୁକ ବେଶ ଓ ମ୍ୟୁଜିକାଲ ଚେୟାର ପ୍ରତିଯୋଗିତା ହୋଇଥିଲା । ଏହି କାର୍ୟ୍ୟକ୍ରମର ଉଦଯାପନୀ ଉତ୍ସବରେ ଅତାବିରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ବିଶ୍ଵନାଥ ସାହୁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ସ୍ଥାନୀୟ ପ୍ରଧାନ ଶିକ୍ଷକ ଶ୍ରୀ ପଞ୍ଚାନନ ନାଥ, ଶ୍ରୀଯୁକ୍ତ ବାଗ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ମଞ୍ଚାସୀନ ଥିଲେ। ଅତିଥି ମାନଙ୍କ ଦ୍ଵାରା କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ମୁଖ୍ୟ ଅତିଥି ଶ୍ରୀଯୁକ୍ତ ସାହୁ ଏହି ଭିନ୍ନକ୍ଷମ ମାନଙ୍କ ପାଇଁ ସରକାରୀ ସ୍ତରରେ ଆସୁଥିବା ସମସ୍ତ ସୁବିଧା ସୁଯୋଗ ବିଷୟରେ ସୂଚନା ପ୍ରଦାନ କରି କହିଥିଲେ ଯେ ସାଧାରଣ ମଣିଷ ଠାରୁ ଏହି ଦିବ୍ୟାଙ୍ଗ ମାନେ କୌଣସି କମ ନୁହନ୍ତି। କେବଳ ଏମାନଙ୍କ ପାଇଁ ଉତ୍ତମ ପଥ ପ୍ରଦର୍ଶକ ଦରକାର୍ ତାଙ୍କର ଲୁକ୍କାୟିତ ପ୍ରତିଭାକୁ ଜାଗ୍ରତ କରିବା ପାଇଁ ।ବ୍ଲକ ର ସମସ୍ତ ସି ଆର୍ ସି ସି ସମେତ ବି ଆର୍ ଟି ବଳରାମ ବାଗ,ସାଇସୁଧା ପାଢ଼ୀ,ଅମିତ୍ ସାହୁ,ପ୍ରଦୀପ ଗଡତିଆ ତଥା ସମସ୍ତ କର୍ମଚାରୀ ସହଯୋଗ କରି ଭିନ୍ନକ୍ଷମ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଦଧିବାମନ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଭାରତୀ ମହାନନ୍ଦ ଏକ ଭଜନ ପରିବେଷଣ କରିବା ପରେ ସଭାସାଙ୍ଗ ଘୋଷଣା କରାଯାଇଥିଲା।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories