www.samajalive.in
Saturday, December 13, 2025
23.1 C
Bhubaneswar

ଦିନେ କମିଲେ ଦିନେ ବଢୁଛି ସଂକ୍ରମଣ: ରାଜ୍ୟରେ ୨୮୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ କୋଭିଡ ସଂକ୍ରମଣ ସ୍ଥିତିରେ ହ୍ରାସ ବୃଦ୍ଧି ଲାଗିରହିଛି। ଗୋଟିଏ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବାବେଳେ ପରଦିନ ତାହା ପୁଣି ବୃଦ୍ଧିପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୬୮ ଓ ସ୍ଥାନୀୟ ସଂକ୍ରମିତ ୧୧୮ ରହିଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୪୦ ଜଣ ଥିବା ଜଣାଯାଇଛି। ଅନୁଗୁଳରୁ ୧, ବାଲେଶ୍ୱର ୩, କଟକ ୧୭, ଢେଙ୍କାନାଳ ୯, ଗଞ୍ଜାମ ୫, ଜଗତସିଂହପୁର ୩, ଯାଜପୁର ୪ ଓ ଝାରସୁଗୁଡାରୁ ୫ ଚିହ୍ନଟ ହୋଇଛନ୍ତି। କେନ୍ଦ୍ରାପଡାରୁ ୪, କେନ୍ଦୁଝର ୩, ଖୋର୍ଦ୍ଧା ୧୪୭, ମୟୁରଭଞ୍ଜ ୨୧, ନୟାଗଡ ୧, ପୁରୀ ୮, ସମ୍ବଲପୁର ୬, ସୁନ୍ଦରଗଡ ୧୫ ଓ ଷ୍ଟେଟପୁଲରୁ ୩୪ ଜଣଙ୍କୁ ଚିହ୍ନଟ କରାଯାଇଛି। ଦିନକ ମଧ୍ୟରେ ୨୧୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ସଂପ୍ରତି ୨୧୩୭ ସକ୍ରିୟ କରୋନା ସଂକ୍ରମିତ ରହିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories