www.samajalive.in
Sunday, December 7, 2025
26.1 C
Bhubaneswar

ଶନିବାର : ଅଦା ଖାଇ ଘରୁ ବାହାରକୁ ଯିବା ଦ୍ୱାରା ସଫଳତା ମିଳିଥାଏ

କାର୍ୟ୍ୟରେ ସମ୍ପୂର୍ଣ୍ଣ ସଫଳତା ପ୍ରାପ୍ତି ପାଇଁ କିଛି ସରଳ ଉପାୟ ରହିଛି, ଯାହାକୁ ବାର ଅନୁଯାୟୀ ପାଳନ କରିବା ଦ୍ୱାରା ସଫଳତା ନିଶ୍ଚୟ ମିଳିଥାଏ। ଜାଣନ୍ତୁ ……..
ସୋମବାର –
ଏହି ବାର ଦିନ ଘରୁ ବାହାରକୁ ଯିବା ସମୟରେ ଦର୍ପଣ ଦେଖନ୍ତୁ। ଆପଣଙ୍କୁ କାର୍ୟ୍ୟରେ ସଫଳତା ମିଳିବ। ମାତ୍ର ଭଙ୍ଗା ଦର୍ପଣ ଦେଖିବେ ନାହିଁ।
ମଙ୍ଗଳବାର –
ମଙ୍ଗଳବାର ଦିନ ଗୁଡ଼ ଖାଇ ଘରୁ ବାହାରକୁ ଯାଆନ୍ତୁ। ଗୁଡ଼ ଯେପରି ମିଠା , ଦିନ ମଧ୍ୟ ସେଭଳି ଶୁଭଫଳ ଦେଇଥାଏ। ଗୁଡ଼ ବ୍ୟତୀତ ଆପଣଙ୍କୁ ଯେଉଁ ମିଠା ପସନ୍ଦ ତାହା ମଧ୍ୟ ଖାଇପାରିବେ।
ବୁଧବାର –
ଏହି ବାରରେ ଧନିଆ ପତ୍ର ଖାଇ ଘରୁ ଯାଆନ୍ତୁ, କାର୍ୟ୍ୟରେ ସଫଳତା ନିଶ୍ଚୟ ମିଳିବ।
ଗୁରୁବାର –
ଗୁରୁବାର ଦିନ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧିବା ସହ ଜିରା ଖାଇ ଯାଆନ୍ତୁ। ଦିନଟିରେ ପ୍ରତ୍ୟେକ କାର୍ୟ୍ୟରେ ଶୁଭଫଳ ମିଳିବ।
ଶୁକ୍ରବାର –
ଏଭଳି ଦେଖିବାକୁ ଗଲେ ପ୍ରତ୍ୟେକ ଶୁଭକାର୍ୟ୍ୟରେ ଯିବା ପୂର୍ବରୁ ଦହି ଚିନି ଖିଆଯାଏ। ମାତ୍ର ଶୁକ୍ରବାର ଦିନ ଦହି ଖାଇ ଘରୁ ଯିବା ଦ୍ୱାରା କାର୍ୟ୍ୟରେ ସଫଳତା ମିଳିଥାଏ।
ଶନିବାର –
ଏହି ବାର ଶନିଦେବଙ୍କୁ ସମର୍ପିତ ଅଟେ। ଶନିବାର ଦିନ ଅଦା ଖାଇ ଘରୁ ବାହାରକୁ ଯିବା ଦ୍ୱାରା କାର୍ୟ୍ୟରେ ଥିବା ବାଧାବିଘ୍ନ ଦୂର ହୋଇ ସଫଳତା ମିଳିଥାଏ।
ରବିବାର –
ଛୁଟି ଦିନ ଅର୍ଥାତ ରବିବାର ଦିନ ଘରୁ ବାହାରକୁ ଯିବା ସମୟରେ ପାନ ଖାଇ ଯାଆନ୍ତୁ। ଏପରି କରିବା ଦ୍ୱାରା କାର୍ୟ୍ୟରେ ସଫଳତା ମିଳିଥାଏ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories