www.samajalive.in
Monday, December 8, 2025
14.1 C
Bhubaneswar

ନିଜ ଜନ୍ମମାଟିରେ ସହିଦ ଓଡ଼ିଆ ଯବାନ ରାଣାପ୍ରତାପଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ସମ୍ପନ୍ନ

କୃଷ୍ଣଚନ୍ଦ୍ରପୁର – ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ସହିଦ ହୋଇଥିବା ଓଡିଆ ଯବାନ ରାଣା ପ୍ରତାପଙ୍କ ଶେଷକୃତ୍ୟ ତାଳଚେର କୃଷ୍ଣଚନ୍ଦ୍ରପୁରରେ ସମ୍ପନ୍ନ ହୋଇଛି । ରାଷ୍ଟ୍ରୀୟ ସମ୍ମାନ ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ରାଣା ପ୍ରତାପଙ୍କୁ ଶେଷକୃତ୍ୟ ସମୟରେ ତୋପ ସଲାମୀ ଦିଆଯାଇଛି । ଏହି ସମୟରେ ହଜାର ହଜାର ଲୋକ ଉପସ୍ଥିତ ରହି  ସହିଦ ରାଣାପ୍ରତାପଙ୍କୁ ଶେଷ ବିଦାୟ ଦେଇଛନ୍ତି । ରାଣା ପ୍ରତାପ ଅମର ରହେ ଧ୍ୱନୀରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ହୋଇଥିଲା ।

ଏବା ପୂର୍ବରୁ ଭୁବନେଶ୍ୱର ବିମାନବନ୍ଦରରେ ବାୟୁସେନା ଅଧିକାରୀ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ପହଞ୍ଚି ଥିଲା । ବାୟୁସେନାର ସ୍ୱତନ୍ତ୍ର ବିମାନରେ ପାର୍ଥିବ ଶରୀର ଅଣାଯାଇଥିଲା । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ରାଜ୍ୟ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟ ମଧ୍ୟ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ସହିଦ ରାଣାପ୍ରତାପଙ୍କୁ ପୁଲିସ ଡିଜି ଅଭୟ ବିମାନବନ୍ଦରରେ ବିଶିଷ୍ଟ ବ୍ୟକ୍ତିମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସେଠାରେ ରାଣାପ୍ରତାପଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ବିମାନବନ୍ଦରରୁ ପାର୍ଥିବ ଶରୀର ରାଣାପ୍ରତାପଙ୍କ ଜନ୍ମମାଟି ତାଳଚେରର କୃଷ୍ଣଚନ୍ଦ୍ରପୁର ଗାଁକୁ ନିଆଯାଇଥିଲା । କୃଷ୍ଣଚନ୍ଦ୍ରପୁର ଗାଁରେ ରାଣାପ୍ରତାପଙ୍କ ଅନ୍ତିମ ସଂସ୍କାର କରାଯାଇଠି ।

- Advertisement -

ବାୟୁସେନାର ଜୁନିଅର ୱାରେଣ୍ଟ ଅଫିସର ଥିଲେ ରାଣାପ୍ରତାପ । କୁନ୍ନୁର ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିଲେ । ଏହି ଦୁର୍ଘଟଣାରେ ସିଡିଏସ ବିପିନ ରାୱତଙ୍କ ସମେତ ମୋଟ ୧୩ ଜଣ ପ୍ରାଣ ହରାଇଛନ୍ତି । ସହିଦ ରାଣାପ୍ରତାପ ଦାସଙ୍କ ଉତ୍ସର୍ଗୀକୃତ ସେବା ଓ ଦେଶଭକ୍ତି ର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories