www.samajalive.in
Thursday, December 11, 2025
16.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟରେ ଖୋଲିବ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା

ଭୁବନେଶ୍ବର: ସାଇବର ଅପରାଧ ଏବେ ସାରା ବିଶ୍ବରେ ଚିନ୍ତାର କାରଣ ହେଇଛି। ଦେଶ ତଥା ଆମ ରାଜ୍ୟ ଓଡିଶାରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ଦୃଷ୍ଟିକୁ ଆସୁଅଛି। ସାଇବର ଅପରାଧ, ବ୍ୟାଙ୍କ ଦେଣନେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ଅଧିକ ଭାବରେ ସଂପୃକ୍ତ। ତେଣୁ ଏସବୁ ଅପରାଧର ଯଥାର୍ଥ ଅନୁସଂଧାନ ଓ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଜ୍ଞାନ ଓ ଦକ୍ଷତା ଆବଶ୍ୟକ । ତେଣୁ ସାଇବର ଅପରାଧ ତଥା ତଦ୍ ଜନିତ ଆର୍ଥିକ ଅପରାଧକୁ ରୋକିବା ତଥା ଏଭଳି ଅପରାଧର ଶିକାର ହୋଇଥିବା ଲୋକମାନେ ଯେପରି ଉପଯୁକ୍ତ ନ୍ୟାୟ ପାଇପାରିବେ, ତାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏଥିପାଇଁ ୧୧ଟି ସ୍ବତନ୍ତ୍ର ଥାନା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
ବର୍ତ୍ତମାନ ସମ୍ବଲପୁର ,ରାଉରକେଲା ଓ ବ୍ରହ୍ମପୁର ରେ କାର୍ଯ୍ୟ କରୁଥିବା ତିନୋଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନାର ଏହି ନୂଆ ବ୍ୟବସ୍ଥା ସହ ମିଶିଯିବ। ଏହା ଦ୍ବାରା ଏହି ଥାନାର ସଖ୍ୟା ୧୪ରେ ପହଞ୍ଚିଲା। ଏହି ୧୪ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ନିମ୍ନଲିଖିତ ୧୪ଟି ସ୍ଥାନରେ ପ୍ରତିଷ୍ଠା କରାଯିବ। ସେଗୁଡିକ ହେଲା – କଟକ, ଭୁବବନେଶ୍ବର, କେନ୍ଦୁଝର, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା, ଅନୁଗୁଳ, ବାଲେଶ୍ବର, ମୟୁରଞ୍ଜ,ପୁରୀ, କୋରାପୁଟ, ଭବାନୀପାଟଣା, ବଲାଙ୍ଗୀର ଓ କନ୍ଧମାଳ।

ଏହି ଥାନା ମାନଙ୍କରେ ନିଯୁକ୍ତି ପାଇଁ ପୋଲିସ ବିଭାଗରେ ୧୫୪ଟି ପଦବୀ ସୃଷ୍ଟି କରାଯାଇଛି । ସେମାନଙ୍କ ମଧ୍ୟରେ ୧୪ଟି ଇନ୍ସପେକ୍ଟର, ୨୮ଟି ସବ୍ଇନ୍ସପେକ୍ଟର, ୨୮ଟି ଏଏସ୍ଆଇ (ଯୋଗାଯୋଗ), ୨୮ଟି କନେଷ୍ଟବଳ(ଯୋଗାଯୋଗ) ଓ ୫୬ଟି କନେଷ୍ଟବଳ ପଦବୀ ଅନ୍ତର୍ଭୁକ୍ତ। ଏମାନଙ୍କ ବ୍ୟତୀତ ଫାଇନାନ୍ସ ଆଣ୍ଡ ଆକାଉଣ୍ଟସ ଆନାଲିଷ୍ଟ, ଆଇଟି ଏକ୍ସପର୍ଟ ଏବଂ ସାଇବର ଫରେନ୍‌ସିକ ଏକ୍ସପର୍ଟ ପରି୯୦ ଜଣ ବିଶେଷଜ୍ଞଙ୍କୁ ମଧ୍ୟ ଏହି ଥାନା ମାନଙ୍କରେ ନିୟୋଜିତ କରାଯିବ ବୋଲି ଜଣାଯାଇଛି। ରାଜ୍ୟ ସଇବର ତଥା ଆର୍ଥିକ ଅପରାଧ ରୋକିବାରେ ଏହା ସହାୟକ ହେବା ସହିତ ଲୋକଙ୍କୁ ଶୀଘ୍ର ନ୍ୟାୟ ଦେବା ଦିଗରେ ଫଳପ୍ରଦ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories