www.samajalive.in
Monday, December 8, 2025
27.1 C
Bhubaneswar

ସ୍ୱତନ୍ତ୍ର ଟୀକା କରଣ ଅଭିଯାନ ସଚେତନତା ରଥ ଶୁଭାରମ୍ଭ

ବାଙ୍କୀ : ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ସ୍ୱତନ୍ତ୍ର ଟୀକା କରଣ ଅଭିଯାନ ରଥ ଶୁଭାରମ୍ଭ ହୋଇଛି। ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରୁ ଏହି ସଚେତନତା ରଥକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକ୍ଷକ ଡାକ୍ତର ଅମରେଶ ସାହୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନ ୨୦ଗୋଟି ଗ୍ରାମପଞ୍ଚାୟତର ପ୍ରତ୍ୟେକ ଗ୍ରାମକୁ ଏହି ସଚେତନତା ପ୍ରଚାର ରଥ ଗଡି ଜନସାଧାରଣଙ୍କୁ ସ୍ୱତନ୍ତ୍ର ଟୀକା କରଣ ଅଭିଯାନ ସମ୍ପର୍କରେ ସଚେତନ କରି ସୁସ୍ଥ ଶିଶୁ ପାଇଁ ଟୀକା କରଣ ବ୍ୟବସ୍ଥା ଜରୁରୀ ଏବଂ ପ୍ରତ୍ୟେକ ମା ଏଥିପ୍ରତି ସଚେତନ ହେବା ପାଇଁ ବାର୍ତ୍ତା ପ୍ରଦାନ କରାଯାଇଛି । ଗ୍ରାମରେ ସ୍ୱୟଂ ସହାୟକ ଗୋଷ୍ଠୀର ମା, ଆଶା କର୍ମୀ, ଅଙ୍ଗନବାଡି କର୍ମୀ, ସ୍ୱାସ୍ଥ୍ୟ କର୍ମୀ ଓ ଗାଁ କଲ୍ୟାଣ ସମିତିର ସଦସ୍ୟ ମାନେ ଶତକଡା ୧୦୦ଭାଗ ସ୍ୱତନ୍ତ୍ର ଟୀକାକରଣ କାର୍ଯ୍ୟକ୍ରମରେ ସଫଳ ଓ ସହଯୋଗୀ ହେବା ପାଇଁ ଆହ୍ୱାନ ଦିଆଯାଇଛି । ଶୁଭାରମ୍ଭ ସମୟରେ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ପ୍ରଦୀପ କୁମାର ସାହୁ, ସ୍ୱାସ୍ଥ୍ୟ ପରିଦର୍ଶକ ମାନଭଞ୍ଜନ ଦଳାଇ ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର କର୍ମଚାରୀ ମାନେ ଉପସ୍ଥିତ ଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories