ମେଷ : ଭାଗ୍ୟଶାଳୀ ହୋଇପାରନ୍ତି। ସ୍ବାତନ୍ତ୍ର୍ୟ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଧନାଗମ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବୃଷ : ଶ୍ରୀଚନ୍ଦ୍ର ଭୋଗ ହେତୁ ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମା ଜିଣିବେ। ଧନଲାଭ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।
ମିଥୁନ : କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ସ୍ବାସ୍ଥ୍ୟ ରକ୍ଷା ପାଇଁ ବ୍ୟୟଭାର ବଢ଼ିଯାଇପାରେ। ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିବେ।
କର୍କଟ : ବିଭିନ୍ନ ସୂତ୍ରରୁ ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ଲାଭ ହେବ।
ସିଂହ : କାର୍ଯ୍ୟରେ ସଫଳତା ମିଳିବ। ମନ ପ୍ରସନ୍ନ ରହିବ। କୁଳପ୍ରଦୀପ ହେବେ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।
କନ୍ୟା : ଭାଗ୍ୟଶାଳୀ ହୋଇପାରନ୍ତି। ଆରାମଦାୟକ ଜୀବନ-ଯାପନ କରିପାରନ୍ତି। ସମୃଦ୍ଧିର ମୂଳଦୁଆ ପଡ଼ିବ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ତୁଳା : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ପ୍ରତିଶୋଧ ପରାୟଣ ହେବେ। ସ୍ବାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଜଳଯାତ୍ରା ନ କରିବା ଭଲ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।
ବିଛା : ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବେଳେବେଳେ ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ।
ଧନୁ : ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ ସମ୍ମାନ ଲାଭ କରିବେ।
ମକର : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।
କୁମ୍ଭ : ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
ମୀନ : ନେତୃସ୍ଥାନୀୟ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ।