ଭୁବନେଶ୍ୱର: ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ନିର୍ମାତା ମୟୂରଭଞ୍ଜର ମହାରାଜା ସ୍ୱର୍ଗତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଆଜି ସକାଳେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ମୟୂରଭଞ୍ଜ ସାଂସ୍କୃତିକ ସଂସଦର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ପାୱାର ହାଉସ ଛକସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ବିଭାଗର ଉପନିର୍ଦେଶକ ସନ୍ତୋଷ କୁମାର ଦାସ, ମାନସ ରଞ୍ଜନ ଖୁଣ୍ଟିଆ, ସହକାରୀ ନିର୍ଦେଶକ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ଅନ୍ୟ ପଦାଧିକାରୀ ଯୋଗଦେଇଥିଲେ।
ସେହିପରି ମୟୂରଭଞ୍ଜ ସଂସଦର ସମ୍ପାଦକ ଗୋକୁଳ ଦାସ, କୋଷାଧ୍ୟକ୍ଷ ଅଶୋକଚନ୍ଦ୍ର ପଣ୍ଡା ଏବଂ ଅନୁଷ୍ଠାନର ଅନ୍ୟ କର୍ମକର୍ତ୍ତା, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା, ସହରର ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଗଣମାଧ୍ୟମର ପ୍ରତିନିଧି ଯୋଗଦେଇ ସ୍ୱର୍ଗତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାମଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।



