www.samajalive.in
Saturday, December 13, 2025
14.1 C
Bhubaneswar

ଆଜି ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସୱେର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ

ମିରଟରୁ ପ୍ରୟାଗରାଜ ପର୍ଯ୍ୟନ୍ତ ଏହି ଏକ୍ସପ୍ରେସୱେ ୟୁପିର ୧୨ ଟି ଜିଲ୍ଲା ଦେଇ ରାଜ୍ୟର ପଶ୍ଚିମ ଏବଂ ପୂର୍ବ ଅଞ୍ଚଳକୁ ସଂଯୋଗ କରିବ

୩୬,୨୦୦ କୋଟିରୁ ଅଧିକ ମୂଲ୍ୟରେ ର୍ନିମିତ ହେବାକୁ ଏହି ସଡକ ୟୁପିର ଦୀର୍ଘତମ ଏକ୍ସପ୍ରେସୱେ ହେବ

 

- Advertisement -

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଉତ୍ତରପ୍ରଦେଶର ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସୱେର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ । ୫୯୪ କିଲୋମିଟର ଲମ୍ବା ଛଅ ଲେନ ବିଶିଷ୍ଟ ଏକ୍ସପ୍ରେସୱେ ୩୬,୨୦୦ କୋଟିରୁ ଅଧିକ ମୂଲ୍ୟରେ ର୍ନିମାଣ ହେବ। ମିରଟର ବିଜାଉଲି ଗାଁ ନିକଟରୁ ଆରମ୍ଭ ହୋଇ ଏକ୍ସପ୍ରେସୱେ ପ୍ରୟାଗରାଜର ଜୁଦାପୁର ଦାଣ୍ଡୁ ଗ୍ରାମ ନିକଟ ପର୍ଯ୍ୟନ୍ତ ଏହାର ଦୂରତା ରହିବ। ଏହା ମିରଟ, ହାପୁର, ବୁଲନ୍ଦଶାହର, ଆମରୋହା, ସମ୍ଭଲ, ବୁଦାଉନ୍‌, ଶାହାଜାହାନପୁର, ହାରଦୋଇ, ଉନ୍ନାଓ, ରାଏବରେଲି, ପ୍ରତାପଗଡ ଏବଂ ପ୍ରୟାଗରାଜ ଦେଇ ଯିବ। କାର୍ଯ୍ୟ ସମାପ୍ତ ହେବା ପରେ ଏହା ଉତ୍ତରପ୍ରଦେଶର ଦୀର୍ଘତମ ଏକ୍ସପ୍ରେସୱେ ହୋଇ ରାଜ୍ୟର ପଶ୍ଚିମ ଏବଂ ପୂର୍ବ ଅଞ୍ଚଳକୁ ସଂଯୋଗ କରିବ। ଶାହଜାହାନପୁରର ଏକ୍ସପ୍ରେସୱେରେ ଜରୁରୀକାଳୀନ ବିମାନ ଚଳାଚଳ ଏବଂ ଅବତରଣ କରିବାରେ ସହାୟତା ଲାଗି ୩.୫ କିଲୋମିଟର ଦୀର୍ଘ ଏୟାର ଷ୍ଟ୍ରିପ୍ ମଧ୍ୟ ର୍ନିମାଣ କରାଯିବ। ଏକ୍ସପ୍ରେସୱେରେ ଏକ ଶିଳ୍ପ କରିଡର ମଧ୍ୟ ର୍ନିମାଣ କରିବାକୁ ପ୍ରସ୍ତାବ ଦିଆଯାଇଛି।

ଏକ୍ସପ୍ରେସୱେ ଶିଳ୍ପ ବିକାଶ, ବାଣିଜ୍ୟ, କୃଷି, ପର୍ଯ୍ୟଟନ ଇତ୍ୟାଦି ସହିତ ଏକାଧିକ କ୍ଷେତ୍ରକୁ ଗତି ପ୍ରଦାନ କରିବ ଏବଂ ଏହା ଏହି ଅଞ୍ଚଳର ସାମାଜିକ-ଅର୍ଥନୈତିକ ବିକାଶରେ ଏକ ବଡ଼ ସହାୟକ ହେବ ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories