www.samajalive.in
Saturday, December 13, 2025
26.1 C
Bhubaneswar

ପଞ୍ଚାୟତ ନିର୍ବାଚନ ପାଇଁ ନିର୍ଦ୍ଦେଶନାମା ଜାରି

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ନିର୍ଦ୍ଦେଶନାମା ଜାରି କଲେ ରାଜ୍ୟ ନିର୍ବାଚନ ଆୟୋଗ । ଇଂରାଜୀ ଓ ଓଡ଼ିଆ ଭାଷାରେ ଆଚରଣ ବିଧି ସଂକ୍ରାନ୍ତ ମାର୍ଗଦର୍ଶିକା ପ୍ରକାଶ ପାଇବ । ବିଜ୍ଞପ୍ତି ପ୍ରକାଶ ଦିନ ଠାରୁ ଆଦର୍ଶ ଆଚରଣ ବିଧି ଲାଗୁ ହେବା ନେଇ କୁହାଯାଇଛି । ଯେକୌଣସି ସମୟରେ ପଞ୍ଚାୟତ ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ସହ ଭୋଟ୍ ଗଣତି ଶେଷ ହେବା ପର୍ୟ୍ୟନ୍ତ ଆଚରଣ ବିଧି ଲାଗୁ ରହିବ । ଏଥିସହ ପଞ୍ଚାୟତ ନିର୍ବାଚନ ନେଇ ଖୁବଶୀଘ୍ର ବସିବ ସର୍ବଦଳୀୟ ବୈଠକ । ବୈଠକ ପରେ ଘୋଷଣା ହେବ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତାରିଖ । ଏନେଇ ଡିସେମ୍ବର ୪ ତାରିଖରେ ଜିଲ୍ଲାସ୍ତରରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ସମ୍ବିଧାନର ଧାରା ୨୪୩-କେ ଓ ପଞ୍ଚାୟତ ଆଇନ୍ ଅନୁଯାୟୀ ମାର୍ଗଦର୍ଶିକା ପ୍ରକାଶ ପାଇବ । ଚଳିତ ଥର ଭୋଟ୍ ଗ୍ରହଣ ଦିନ ଗଣତି ହେବ ନାହିଁ । ଜୋନ୍ ତଥା ବ୍ଲକର ସାମଗ୍ରିକ ତ୍ରିସ୍ତରୀୟ ନିର୍ବାଚନ ସରିବା ପରେ ବ୍ଲକ୍ ମୁଖ୍ୟାଳୟରେ ଗଣତି କରାଯିବ । ଗତଥର ଅପେକ୍ଷା ଏଥର ଭୋଟରଙ୍କ ସଂଖ୍ୟା ବଢିଛି । ୩ଟି ପର୍ୟ୍ୟାୟରେ ଗଣତି ଓ ୫ଟି ପର୍ୟ୍ୟାୟରେ ହେବ ପଞ୍ଚାୟତ ନିର୍ବାଚନ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories