www.samajalive.in
Sunday, December 14, 2025
26.1 C
Bhubaneswar

ଦେଶରେ ୬ହଜାର ତଳକୁ ଖସିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ୬ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୫ ହଜାର ୩୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି । କରୋନାରେ ଆଉ ୪୫୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ଆଉ ୮ହଜାର ୪୩ଜଣ ସୁସ୍ଥ ହୋଇଥିବା ବେଳେ, ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୮ ପ୍ରତିଶତ ରହିଛି। ଦେଶରେ ସକ୍ରିୟ ମାମଲା ୭୯ ହଜାର ୯୭ ରହିଛି । ଦୈନିକ ପଜିଟିଭିଟି ହାର ୦.୬୪ ପ୍ରତିଶତ ରହିଥିବା ବେଳେ, ସାପ୍ତାହିକ ପଜିଟିଭ୍ ହାର ୦.୭୧ ପ୍ରତିଶତରୁ କମ୍ ରହିଛି । ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୮ ହଜାର ୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୭ ପ୍ରତିଶତ ରହିଛି । ବର୍ତ୍ତମାନ ସୁଦ୍ଧା ୧୩୮ କୋଟି ୩୪ ଲକ୍ଷ ୭୮ ହଜାର ୧୮୧ ଜଣଙ୍କୁ ଟିକାଦାନ ସରିଛି ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories