www.samajalive.in
Sunday, December 14, 2025
17.1 C
Bhubaneswar

ବରେନ୍ଦ୍ରକୃଷ୍ଣ ବିଦ୍ୟାପୀଠରେ ନବାଗତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ

ବାଙ୍କୀ : ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ ପକ୍ଷରୁ ନିକଟରେ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ୬ହଜାର ୧୩୧ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ମିଳିଛି। ଏହି ପରିପ୍ରେକ୍ଷୀରେ ବରେନ୍ଦ୍ରକୃଷ୍ଣ ବିଦ୍ୟାପୀଠରେ ୫ଜଣ ଶିକ୍ଷକ ଶିକ୍ଷୟିତ୍ରୀ ନୂତନ ଭାବରେ ଯୋଗଦେଇଛନ୍ତି। ମଙ୍ଗଳବାର ଦିନ ନୂତନ ଭାବରେ ଯୋଗଦାନ କରିଥିବା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଦ୍ୟାଳୟ ପକ୍ଷରୁ ପ୍ରଧାନ ଶିକ୍ଷକ ଦେବାଶିଷ ହାଜିରା ସ୍ୱାଗତ କରିଛନ୍ତି। ନୂତନ ଭାବରେ ଯୋଗଦାନ କରିଥିବା ଶିକ୍ଷୟିତ୍ରୀ ସୁଚିତ୍ରା ବେହେରା,ମଧୁସ୍ମିତା ସୁବୁଧି,ସ୍ୱର୍ଣ୍ଣଲତା ସାହୁ,ଆୟୁସା ଅର୍ପିତା ସାହୁ,ସୌମ୍ୟଲତା ସାହୁ ଏବଂ ଅନ୍ୟ ବିଦ୍ୟାଳୟରୁ ବଦଳୀ ହୋଇ ଆସିଥିବା ଶିକ୍ଷକ ବିଦ୍ୟାଧର ଖଟୁଆ,ସୁବ୍ରତ କୁମାର ଖଟୁଆ ଏବଂ ପ୍ରାଥମିକ ବିଦ୍ୟାଳୟର ମିଶ୍ରଣ ହେତୁ ଶିକ୍ଷକ ଅଜୟ କୁମାର ଦୀକ୍ଷିତ୍ ଓ ଶସ୍ମିତା ଉପାଧ୍ୟାୟଙ୍କୁ ଫୁଲତୋଡା ଓ ଉତ୍ତୋରୀୟ ଦିଆଯାଇ ସ୍ୱାଗତ କରାଯାଇଛି। ଏହି ସମୟରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିବା ବେଳେ ବରିଷ୍ଠ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀ ସ୍ୱାଗତ ଉତ୍ସବକୁ ପରିଚାଳନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories