www.samajalive.in
Sunday, December 14, 2025
19.1 C
Bhubaneswar

କମିବ ଶୀତ, ୨୭ ଓ ୨୮ରେ ବର୍ଷା

ଭୁବନେଶ୍ବର: ଉତ୍ତର ପଶ୍ଚିମ ଦିଗରୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହ କମୁଛି। ଫଳରେ ରାତି ତାପମାତ୍ରା ଆସନ୍ତାକାଲିଠାରୁ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ। ଯଦ୍ଦ୍ବାରା ଶୀତ ପ୍ରକୋପ ହ୍ରାସ ପାଇବ। ୨୭ ଓ ୨୮ରେ ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଫୁଲବାଣୀରେ ରାତି ତାପମାତ୍ରା ୬.୫ ଡିଗ୍ରୀ ରହିଛି। ପୁଣିଥରେ ରାଜ୍ୟର ଥଣ୍ଡା ସ୍ଥାନ ଭାବେ ଫୁଲବାଣୀ ପରିଗଣିତ ହୋଇଛି। ପାହାଡିଆ ଅଞ୍ଚଳ ମଧ୍ୟରେ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରୀ ରେକର୍ଡ କରାଯାଇଛି। ଡିସେମ୍ବର ୧୯ରୁ ଲାଗି ରହିଥିବା ଶୀତ ଲହରୀରେ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୩.୫ ଡିଗ୍ରୀକୁ ଖସି ଆସିଥିଲା। ରାତି ତାପମାତ୍ରା ବଢ଼ିବା ଦ୍ବାରା ଦାରିଙ୍ଗବାଡି ଓ ଫୁଲବାଣୀରେ ଶୀତ ପ୍ରକୋପ କମୁଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ୦.୧ରୁ ୨.୪ ଡିଗ୍ରୀ ଏବଂ ଉପକୂଳବର୍ତ୍ତୀ ଅଞ୍ଚଳରେ ୦.୨ରୁ ୨.୨ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା ପ୍ରାୟ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏଥିରେ କୌଣସି ପରବର୍ତ୍ତନ ହେବା ସମ୍ଭାବନା କମ।

- Advertisement -

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ ଏବଂ କଟକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁହୁଡି ଦୃଶ୍ୟମାନ ହୋଇପାରେ। ୨୭ରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର ଏବଂ ଦେବଗଡ ଜିଲାର କିଛି ଅଞ୍ଚଳରେ ବର୍ଷା ସମ୍ଭାବନ ରହିଛି। ୨୮ରେ ବର୍ଷା ପରିମାଣ ବୃଦ୍ଧି ପାଇପାରେ। ଏହିଦିନ ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ଦେବଗଡ, ସମ୍ବଲପୁର, ବରଗଡ ଏବଂ ସୁନ୍ଦରଗଡ ଜିଲାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories