www.samajalive.in
Saturday, December 13, 2025
21.1 C
Bhubaneswar

ଅଟୋ ଧକ୍କାରେ ବାଇକ୍‍ ଚାଳକ ମୃତ

ପିପିଲି: ପିପିଲି ବ୍ଳକଛକ ଠାରେ ଶନିବାର ସଂନ୍ଧ୍ୟାରେ ଘଟିଥିବା ଏକ ସଡକ ଦୁର୍ଘଟଣାରେ ଜଣେ ବାଇକ୍‍ ଚାଳକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତକଙ୍କ ନାମ ଗଣେଶ ବରାଳ(୨୭) ଓ ତାଙ୍କ ଘର ନିକଟବର୍ତ୍ତୀ ଦୁର୍ଗାଦାଶପୁର ଗ୍ରାମରେ ହୋଇଥିବା ସୂଚନା ମିଳିଛି। ଗଣେଶ ନିଜର ବାଇକ ଚଳାଇ ପିପିଲିରୁ ଘରକୁ ଫେରୁଥିବା ବେଳେ ବ୍ଲଳଛକ ନିକଟ ଡିହସାହି ଗ୍ରାମ୍ୟଛକ ଠାରେ ସମ୍ମୁଖରୁ ଆସୁଥିବା ଏକ ଡାଲାଅଟୋ ତାଙ୍କୁ ବହୁତ ଜୋରରେ ଧକ୍କା ଦେଇଥିଲା। ଏଥିରେ ତାଙ୍କ ମୁଣ୍ଡ ସମେତ ଶରୀରର ବିଭିନ୍ନ ସ୍ଥାନରେ ଗୁରୁତର ଆଘାତ ଲାଗି ପ୍ରଚୁର ରକ୍ତସ୍ରାବ ହୋଇଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ଅଗ୍ନିଶମବାହିନି ତାଙ୍କୁ ମୁର୍ମୁଷ ଅବସ୍ଥାରେ ଉଦ୍ଧାର କରି ପିପିଲି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ପରେ ତାଙ୍କୁ କ୍ୟାପିଟାଲ ହସ୍‍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ କ୍ୟାପିଟାଲ ହସ୍‍ପିଟାଲ୍‍ରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ସୂଚନା ମିଳିଛି। ପିପିଲି ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡି ଦୁଇଟିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି। ମୃତ ଗଣେଶ ବିବାହିତ ଓ ଅତ୍ୟନ୍ତ ଗରୀବ ହୋଇଥିବା ବେଳେ ତାଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ଅନୁକମ୍ପାମୂଳକ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଯୁବନେତା ବିଶ୍ୱଜିତ ଦାଶ ଦାବି କରିଛନ୍ତି।

Hot this week

ପୁଲିସ୍‌ ଏସ୍‌ଆଇ ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

Related Articles

Popular Categories