www.samajalive.in
Saturday, December 13, 2025
26.1 C
Bhubaneswar

ହିଲଟପ ସ୍ନାତକ ମହାବିଦ୍ୟାଳୟର ସ୍ୱତନ୍ତ୍ର ସେବା ଶିିବିର ଉଦଯାପିତ

ମୋହନା: ସ୍ଥାନୀୟ ହିଲଟପ ସ୍ନାତକ ମହାବିଦ୍ୟାଳୟର ବାଳିକା ଓ ବାଳକ ବିଭାଗ ପକ୍ଷରୁ ୪୬ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ସେବା ଶିବିରର ଉଦଯାପନୀ ଉତ୍ସବ ସମାପ୍ତ ହୋଇଯାଇଛି। ଏହି ସ୍ୱତନ୍ତ୍ର ଶିବିରରେ ଛାତ୍ରଛାତ୍ରୀମାନେ ଭୋଟର ସଚେତନତା, କରୋନା ସମ୍ବନ୍ଧୀୟ ସଚେତନତା, ଓମିକ୍ରନର ଭୟାବହତା, ସ୍ୱଚ୍ଛ ଭାରତ ଅଭିଯାନ ଆଦି ଜନ ସଚେତନତା ମୂଳକ କାର୍ଯ୍ୟକ୍ରମ ମୋହନା ପଞ୍ଚାୟତରେ କରିବା ସହ, ଶିବ ମନ୍ଦିର, ଚର୍ଚ୍ଚ, ବ୍ଲକ ଅଫିସ, ଥାନା, ତହସିଲ, ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଓ ସିଡିପିଓ ଅଫିସ ପରିସରକୁ ପରିଷ୍କାର ପରିଚ୍ଛନ୍ନ କରିଥିଲେ।

ମହାବିଦ୍ୟାଳୟର ଅଧ୍ୟକ୍ଷ ଶୁଭ୍ରକାନ୍ତ ମହାନ୍ତିଙ୍କ ସଭାପତିତ୍ତ୍ଵରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ବରିଷ୍ଠ ଶିକ୍ଷାବିତ ମଧୂସୁଦନ ପାଢୀ ଓ ମୁଖ୍ୟବକ୍ତା ଭାବେ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟର ବରିଷ୍ଠ ଅଧ୍ୟାପକ ଭଗବାନ ବିଷୋୟୀ ଯୋଗ ଦେଇଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ବାଳକ ବିଭାଗର ଯୋଜନା ଅଧିକାରୀ ଅଧ୍ୟାପକ ସନ୍ତୋଷ କୁମାର ନନ୍ଦ ଓ ବାଳିକା ବିଭାଗର ଯୋଜନା ଅଧିକାରିଣୀ ଅଧ୍ୟାପିକା ରୀତା କୁମାରୀ ଶତପଥୀ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories