www.samajalive.in
Sunday, December 14, 2025
19.1 C
Bhubaneswar

ସୋମବାର ରାଶିଫଳ (୨୭.୧୨.୨୦୨୧)

ସୋମବାର ରାଶିଫଳ (୨୭.୧୨.୨୦୨୧)
ମେଷ:​‌ ବନ୍ଧୁ ସ୍ନେହରେ ବାନ୍ଧି ହୋଇପାରନ୍ତି। ଅତିଥି ସତ୍କାରରେ ଖର୍ଚ୍ଚାନ୍ତ ହେବେ। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରିରେ ପ୍ରଶଂସା ମିଳିବ।
ବୃଷ: କର୍ମଚଞ୍ଚଳ ରହିବେ। ହଠାତ୍‌ କିଛି ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟାଦି ବିଭିନ୍ନ ସ୍ତରରୁ ଆର୍ଥିକ ସ୍ରୋତ ବହିବ। ବିତ୍ତବାନ୍‌ ହେତୁ ମନରେ ଅହଂଭାବ ଉଦ୍ରେକ ହେବ।
ମିଥୁନ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ଜ୍ଞାନ-ଗରିମାଯୁକ୍ତ ହେବେ। ପରୋପକାର କରି କୃପାନିଧାନଙ୍କ କୃପାପାତ୍ର ହୋଇପାରନ୍ତି।
କର୍କଟ: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁର ବ୍ୟବହାରରେ ପରକୁ ଆପଣାର କରିପାରନ୍ତି। ଧାର୍ମିକ, ବନ୍ଧୁପ୍ରେମୀ, ସାହାସୀ ଓ ବିଦ୍ବାନ୍‌ ହେବେ। ସର୍ବତ୍ର ବିଜୟୀ ହେବେ।
ସିଂହ: ବିଭିନ୍ନ ସ୍ତରରେ ସମ୍ମାନିତ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ଧନାଗମ ହେବେ। ମଧୁର ଭାଷା, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ପ୍ରୀତିଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ତୁଳା: ଚଞ୍ଚଳ ସ୍ବଭାବର ହେବ। ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ସାଧନାର ପ୍ରଥମ ସୋପାନ, ଏକାନ୍ତରେ କିଛି ସମୟ କଟାଇ ପାରନ୍ତି। ଭାଷା ମଧୁର ହେବ। ଯାତ୍ରା ଶୁଭଦାୟକ ହେବ।
ବିଛା: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭ ହେବ। ବ୍ୟବସାୟରେ ପ୍ରଭୂତ ଉନ୍ନତି ଘଟିବ।
ଧନୁ: ବିଭିନ୍ନ ସ୍ତରରୁ ଧନ ପ୍ରାପ୍ତିର ସୂଚନା ମିଳୁଛି। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।
ମକର: ସାଧନା ଫଳବତୀ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କୁମ୍ଭ: ଭ୍ରମଣ ଯୋଗ ଅଛି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସ୍ବତନ୍ତ୍ର ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ବିଦ୍ୟାର୍ଜନେ ଲାଳସା ରହିବ। ସାରାଦିନ ସତର୍କରେ ଚଳିବାକୁ ପଡ଼ିବ।
ମୀନ: ବ୍ୟବସାୟ ଲାଭଜନକ ହେବ। ସମାଜସେବାକୁ ଆଦରି ନେଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବନ୍ଧୁ ସହାୟତା ମିଳିବ। କାର୍ଯ୍ୟକ୍ଷେତ୍ରରେ ଧୈର୍ଯ୍ୟବାନ୍‌ ହେବେ। ପୁଣ୍ୟପ୍ରଭା ପତ୍ନୀଙ୍କ ପରାମର୍ଶରେ ଚଳିବେ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories