www.samajalive.in
Monday, December 8, 2025
14.1 C
Bhubaneswar

ଶିକ୍ଷୟିତ୍ରୀଙ୍କୁ ମିଳିଲା ମଦରଟେରେସା ଫାଉଣ୍ଡେସନ ପକ୍ଷରୁ କରୋନା ଯୋଦ୍ଧା ସମ୍ମାନ

ରେଙ୍ଗାଲିକ୍ୟାମ୍ପ : ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଟୋପ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ତଥା ପ୍ରକୃତି ବନ୍ଧୁ ରୂପେ ପରିଚିତ ।  ଅନୁସୂୟା ଦେବତାଙ୍କ ସମାଜ ସେବା କ୍ଷେତ୍ରରେ ଅତୁଳନୀୟ ଅବଦାନ ଯୋଗୁଁ ଲକ୍ଷ୍ନୌ ର ମଦର ଟେରେସା ଫାଉଣ୍ଡେସନ ପକ୍ଷରୁ କରୋନା ଯୋଦ୍ଧା ସମ୍ମାନରେ ସମ୍ମାନିତ କରାଯାଇଛି। କରୋନା କଟକଣା ଜନିତ ପ୍ରତିବନ୍ଧକ ଯୋଗୁଁ ଏହି ସମ୍ମାନ ଟି ଅନଲାଇନ୍ ମାଧ୍ୟମରେ ପ୍ରଦାନ କରାଯାଇଛି। ପ୍ରକାଶ ଥ।ଉକି ଅନୁସୂୟା ଦେବତା କରୋନା ମହାମାରୀ ସମୟରେ ଗାଆଁ ଗାଆଁ ବୁଲି ଲୋକଙ୍କୁ ସାହାଯ୍ୟ କରିଥିଲେ ସଚେତନ କରିଥିଲେ। ଲୋକଙ୍କ ସମସ୍ୟାକୁ ଲୋକଲୋଚନକୁ ଆଣି ,ତାର ସମାଧାନ ପାଇଁ ବିଭିନ୍ନ ପ୍ରକାର ସହାୟତା କରିଥିଲେ।ସଂକ୍ରମଣ ଭୟରେ ଲୋକେ ଘର ଭିତରେ ରହିଥିବା ବେଳେ ,ମହିଳା ଜଣକ ନିଜ ଜୀବନକୁ ଖାତିର ନ କରି ବୁଲି ବୁଲି ଲୋକଙ୍କୁ ସଚେତନ କରିଥିଲେ ।ପେଶା ତାଙ୍କର ଶିକ୍ଷକତା ହେଲେ ନିଶା ହେଉଛି ସମାଜ ସେବା।ଏହା ବ୍ୟତୀତ ସେ ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କରିବା ସହିତ ଗରିବ ଅସହାୟ ମାନଙ୍କୁ ତାଙ୍କର ସାମର୍ଥ୍ୟ ମତେ ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରିଥାନ୍ତି। ସେ ଅନେକ ସଂଘ, ସେବା ଅନୁଷ୍ଠାନ, ସହିତ ଜଡିତ ରହି ବିଭିନ୍ନ ମହଲରେ ଉଚ୍ଚ ପ୍ରଶଂସିତ ହୋଇ ଆସୁଛନ୍ତି। ତାଙ୍କରି ଏହି ସଫଳତା ପାଇଁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜଣାଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories