www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟରେ ୨୨୫ ନୂଆ ଆକ୍ରାନ୍ତ ଚିହ୍ନଟ; ସୁସ୍ଥ ହେଲେ ୧୬୫

ଭୁବନେଶ୍ୱର: ରାଜ୍ୟରେ ୨୨୫ ନୂଆ କୋଭିଡ ଆକ୍ରାନ୍ତ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକରେ ୧୬୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୩୨ ଓ ସ୍ଥାନୀୟ ସଂକ୍ରମିତ ୯୩ ଜଣ ଅଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୩୭ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟର ବାଲେଶ୍ୱରରୁ ୧୨, ବରଗଡ ୨, ଭଦ୍ରକ ୨, ବଲାଙ୍ଗିର ୩, କଟକ ୧୧, ଦେବଗଡ ୫, ଢେଙ୍କାନାଳ ୧, ଗଞ୍ଜାମ ୧, ଯାଜପୁର ୪, ଝାରସୁଗୁଡା ୯ ଓ କେନ୍ଦ୍ରାପଡାରୁ ୪ ଚିହ୍ନଟ ହୋଇଛନ୍ତି। କେନ୍ଦୁଝର ୬, ଖୋର୍ଦ୍ଧା ୮୭, ମୟୁରଭଞ୍ଜ ୧୦, ନବରଙ୍ଗପୁର ୨, ନୂଆପଡା ୪, ପୁରୀ ୩, ରାୟଗଡା ୨, ସମ୍ବଲପୁର ୨୩, ସୋନପୁର ୧, ସୁନ୍ଦରଗଡ ୧୩ ଓ ଷ୍ଟେଟପୁଲରୁ ୨୦ ଜଣଙ୍କୁ ଚିହ୍ନଟ କରାଯାଇଛି। ରାଜ୍ୟରେ ଏପର୍ଯ୍ୟନ୍ତ ୧୦୪୪୪୪୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି। ସଂପ୍ରତି ୧୬୫୨ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories