www.samajalive.in
Tuesday, December 9, 2025
16.1 C
Bhubaneswar

ଦେଶରେ ଓମିକ୍ରନ ସଂକ୍ରମଣରେ ୨ୟ ମୃତ୍ୟୁ

ନୂଆଦିଲ୍ଲୀ : ରାଜସ୍ଥାନରେ ଓମିକ୍ରନ ସଂକ୍ରମିତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ମାମଲା ସାମ୍ନାକୁ ଆସିଛି। ଉଦୟପୁରର ୭୩ ବର୍ଷୀୟ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ନେଇ ଖବର ମିଳିଛି। କରୋନାର ଏହି ନୂତନ ପ୍ରକରଣରେ ଦେଶରେ ଏହା ୨ୟ ମୃତ୍ୟୁ। ଏହାପୂର୍ବରୁ ମହାରାଷ୍ଟ୍ରରେ ନାଇଜେରିୟା ଫେରନ୍ତାଙ୍କ ମୃତ୍ୟୁ ହୋଇଥିଲା। ସେ ମଧ୍ୟ ଓମିକ୍ରନ ପ୍ରକରଣରେ ସଂକ୍ରମିତ ହୋଇଥିଲେ।
ଦେଶରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଦେଖାଯିବା ସହ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୦ରେ ପହଞ୍ଚିଛି। ମୁମ୍ବଇ ଓ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ଥିବାରୁ ଏହାକୁ ଦୃଷ୍ଟିରେ କଟକଣା ଲାଗୁ କରାଯାଉଛି। ମୁମ୍ବଇରେ ସନ୍ଧ୍ୟା ୫ଟା ପରେ ସାର୍ବଜନିକ ସ୍ଥାନକୁ ଯିବା ପାଇଁ କଟକଣା ଲାଗୁ ହୋଇଛି। ବେଙ୍ଗାଲୁରୁରେ ସନ୍ଧ୍ୟା ୬ଟା ପରେ ପ୍ରମୁଖ ରାସ୍ତା ଗୁଡିକୁ ବନ୍ଦ ରଖାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories