www.samajalive.in
Tuesday, December 9, 2025
16.1 C
Bhubaneswar

ନବବର୍ଷର ପ୍ରଥମ ଦିନରେ ରାଜଧାନୀରେ ଅଭାବନୀୟ ଘଟଣା ; ୨ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ରାଜଧାନୀରେ ନବବର୍ଷର ପ୍ରଥମ ଦିନରେ ଅଭାବନୀୟ ଘଟଣା ଘଟିଛି। ଉଦ୍ଧାର ହୋଇଛି ୨ଟି ମୃତଦେହ।
ଏୟାରଫିଲଡ୍‍ ଥାନା ଅଞ୍ଚଳରେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା କରାଯାଇଥିବା ଜଣାପଡିଛି। ସୁନ୍ଦରପଦା ନୂଆସାହିରେ ବିଳମ୍ବିତ ରାତିରେ ଏହି ହିତ୍ୟାକାଣ୍ଡ ଘଟିଛି। ଭୋଜିକୁ ନେଇ ୨ ଗୋଷ୍ଠୀ ଗଣ୍ଡଗୋଳରୁ ହତ୍ୟାକାଣ୍ଡ ହୋଇଛି ବୋଲି ସୂଚନା ମିଳିଛି। ମୃତଦେହ ଉଦ୍ଧାର କରି ଏୟାରଫିଲଡ୍‍ ଥାନା ପୁଲିିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଉକ୍ତ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହେବା ସହ ପ୍ରତିବାଦ କରି ସ୍ଥାନୀୟଲୋକେ ରାସ୍ତା ଅବରୋଧ କରିଛନ୍ତି।
ସେହିପରି ଏକ ହଷ୍ଟେଲ ଭିତରୁ ଛାତ୍ରୀଙ୍କ ଝୁଳନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଇନଫୋସିଟି ଥାନା ଅଞ୍ଚଳରେ ଏକ ଘରୋଇ କଲେଜ ହଷ୍ଟେଲରୁ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ରୀ ଏକ ଘରୋଇ କଲେଜର ଏମବିଏ ଦ୍ୱିତୀୟ ବର୍ଷର ଛାତ୍ରୀ ବୋଲି ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories